୨୦୨୦ ମାର୍ଚ୍ଚ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୯।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୯ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୮୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୭ ହଜାର ୪୬୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୮୩ ହଜାର ୯୧୩ ରହିଛି। ୨୦୨୦ ମାର୍ଚ୍ଚ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୪ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୭ ହଜାର ୪୨୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୭ କୋଟି ୪୬ ଲକ୍ଷ ୧୩ ହଜାର ୨୫୨ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୧ ଲକ୍ଷ ୭୮ ହଜାର ୯୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri