୨୬୬ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୧୨୬ ରେ ପହଞ୍ଚିଛି। ୨୬୬ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୩୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୩ ହଜାର ୨୦୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୪ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୪୦ ହଜାର ୬୩୮ ରହିଛି। ୨୬୩ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୨ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୧ ହଜାର ୩୮୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୯ କୋଟି ୮ ଲକ୍ଷ ୧୬ ହଜାର ୩୫୬ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୯ ଲକ୍ଷ ୮ ହଜାର ୪୪୦ ଜଣଙ୍କୁ ଟିକାଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୭ ଲକ୍ଷ ୭୫ ହଜାର ୮୬ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ଡିସେମ୍ବର ପ୍ରଥମ ସପ୍ତାହରୁ ଶୀତ ଅଧିବେଶନ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇ ସେହି ମାସ ସୁଦ୍ଧା ଶେଷ ହୋଇପାରେ। ଅଧିବେଶନ ପୁରୁଣା ପାର୍ଲାମେଣ୍ଟ ଭବନରେ ଅନୁଷ୍ଠିତ...

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୫୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଫିଲ୍ମ ‘କଶ୍ମୀର ଫାଇଲ୍ସ’ ଯୋଗୁ ଜମ୍ମୁ-କଶ୍ମୀରରେ ଘଟୁଛି ହିଂସା: ମେହବୁବା

ଶ୍ରୀନଗର,୧୭।୬: ଜମ୍ମୁ-କଶ୍ମୀରରେ ପୁଣି ହିଂସା ଦେଖିବାକୁ ମିଳିଛି। କଶ୍ମୀରୀ ପଣ୍ଡିତ ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କ ହତ୍ୟା ହେବାର କିଛି ଦିନ ପରେ ଜଣେ ପୋଲିସ...

ଅମିତ ଶାହା ସ୍ତ୍ରୀଙ୍କ ସହ ଉତ୍ତୋଳନ କଲେ ତ୍ରିରଙ୍ଗା…

ନୂଆଦିଲ୍ଲୀ, ୧୩।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ଦେଶବ୍ୟାପୀ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଶନିବାରଠାରୁ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ୫ ଗାଡି ଧକ୍କା, ୩ ମୃତ

ନୂଆଦିଲ୍ଲୀ,୨୯ ।୧୨: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ସୋମବାର ଏକ ବଡ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣ ଗୁରୁତର ଆହତ ହୋଇଥିବା ବେଳେ ୩...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାୟଗଡ଼ାରୁ ପରୀକ୍ଷା ହୋଇଥିବା ସମସ୍ତ ରିପୋର୍ଟ ନେଗେଟିଭ

ରାୟଗଡା ଅଫିସ,୧୬।୫: ରାୟଗଡ଼ା ଜିଲାରୁ ଗତ ୧୨ ତାରିଖରେ ୧୨ଟି ପର୍ଯ୍ୟାୟରେ ୬୧ ସନ୍ଧିଗ୍ଧଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ଆରଏମଆରସି, ଭୁବନେଶ୍ୱରକୁ...

Advertisement
Archives

Model This Week