୬ ମାସ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ୬ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ କମିବାରେ ଲାଗିଛି। ୨୦୯ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର ୩୪୬ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୨୯ ହଜାର ୬୩୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୯୩ ପ୍ରତିଶତ ରହିଛି।

ଅପରପକ୍ଷରେ ୨ ଲକ୍ଷ ୫୨ ହଜାର ୯୦୨ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୯ ହଜାର ୨୬୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୯୧ କୋଟିରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୨ ଲକ୍ଷ ୫୧ ହଜାର ୪୧୯ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୭ କୋଟି ୫୩ ଲକ୍ଷ ୯୪ ହଜାର ୪୨ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ଲକ୍ଷ ୪୧ ହଜାର ୬୪୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୧ ଲକ୍ଷ ୫୦ ହଜାର ୮୮୬ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୮ ଲକ୍ଷ ୧୦ ହଜାର ୪୫୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୮୫୦ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୪୯ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri