‘ଘର ମଣିଷର ସର୍ବନିମ୍ନ ଆବଶ୍ୟକତା’

ଭୁବନେଶ୍ୱର,୨୭।୧୧: ଭାରତୀୟ କମ୍ପାନୀ ସଚିବ ସଂସ୍ଥାନ (ଆଇସିଏସ୍‌ଆଇ)ର ଭୁବନେଶ୍ୱର ଚାପ୍ଟର ଏବଂ ଓଡ଼ିଶା ସ୍ଥାବର ସମ୍ପତ୍ତି ନିୟାମକ ପ୍ରାଧିକରଣ (ଓରେରା) ଆନୁକୂଲ୍ୟରେ ଶନିବାର ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ଉକ୍ତ କର୍ମଶାଳା ‘ରିୟଲ ଇଷ୍ଟେଟ କ୍ଷେତ୍ରରେ ସମସ୍ୟା ଓ ଆହ୍ବାନ’ ର୍ଶୀଷକ ବିଷୟବସ୍ତୁ ଉପରେ ଆଧାରିତ ଥିଲା। ଏହି ଅବସରରେ ଓରେରାର ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ କର୍ମଶାଳାକୁ ଉଦ୍‌ଘାଟନ କରି କହିଥିଲେ, ଘର ମଣିଷର ଏକ ସର୍ବନିମ୍ନ ଆବଶ୍ୟକତା ହୋଇଥିବାରୁ ଏ କ୍ଷେତ୍ରରେ ଜନସାଧାରଣ କିପରି ସହଜରେ ଓ ସୁବିଧାରେ ଘର ପାଇପାରିବେ ତାହା ସୁନିଶ୍ଚିତ କରିବା ଲକ୍ଷ୍ୟରେ ରେରା ଆଇନ ପ୍ରଣୟନ ହୋଇଛି। ଗତ ୫ବର୍ଷ ମଧ୍ୟରେ ରେରା ଆଇନ ପ୍ରଣୟନ ଫଳରେ ଅନେକ ପ୍ରକଳ୍ପରେ ସ୍ବଚ୍ଛତା ଏବଂ ପରିଚାଳନାଗତ ଦକ୍ଷତା ଆସିବା ସହ ଗ୍ରାହକମାନଙ୍କ ମନରେ ବିଶ୍ବାସ ମଧ୍ୟ ସୃଷ୍ଟି କରିପାରିଛି ବୋଲି ଦାସ ମତପ୍ରକାଶ କରିଥିଲେ। ସେହିଭଳି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ବାଳ କହିଥିଲେ, ନିର୍ମାଣ କ୍ଷେତ୍ର ଅର୍ଥନୀତିରେ ଅନେକ ମହତ ରଖିଥାଏ। ଏହି କ୍ଷେତ୍ରର ଅବଦାନ ବିଷୟରେ ବିସ୍ତୃତ ଉଲ୍ଲେଖ କରିବା ସହ ରେରା ଆଇନ ଏହି କ୍ଷେତ୍ରର ଅଭିବୃଦ୍ଧି ସହିତ ଗ୍ରାହକମାନଙ୍କ ସ୍ବାର୍ଥରକ୍ଷା ପାଇଁ ଉଦ୍ଦିଷ୍ଟ ବୋଲି କହିବା ସହ ଆଇନର କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଓରେରାର ବିଧି ସଦସ୍ୟ ରମାନାଥ ପଣ୍ଡା ନିଜ ବକ୍ତବ୍ୟରେ ରେରା ଆଇନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଆଇସିଏସ୍‌ଆଇ ଶାଖାର ସଭାପତି ଜ୍ୟୋତିର୍ମୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକମର ଉଦ୍‌ଘାଟନୀ ଅଭିଭାଷଣ ଶାଖାର ପୂର୍ବ ସଭାପତି ରଞ୍ଜନ କୁମାର କର ଦେଇଥିବା ବେଳେ ଓରେରାର ଅତିରିକ୍ତ ସଚିବ ଶ୍ରାବଣୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri