‘ଘର ମଣିଷର ସର୍ବନିମ୍ନ ଆବଶ୍ୟକତା’

ଭୁବନେଶ୍ୱର,୨୭।୧୧: ଭାରତୀୟ କମ୍ପାନୀ ସଚିବ ସଂସ୍ଥାନ (ଆଇସିଏସ୍‌ଆଇ)ର ଭୁବନେଶ୍ୱର ଚାପ୍ଟର ଏବଂ ଓଡ଼ିଶା ସ୍ଥାବର ସମ୍ପତ୍ତି ନିୟାମକ ପ୍ରାଧିକରଣ (ଓରେରା) ଆନୁକୂଲ୍ୟରେ ଶନିବାର ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ଉକ୍ତ କର୍ମଶାଳା ‘ରିୟଲ ଇଷ୍ଟେଟ କ୍ଷେତ୍ରରେ ସମସ୍ୟା ଓ ଆହ୍ବାନ’ ର୍ଶୀଷକ ବିଷୟବସ୍ତୁ ଉପରେ ଆଧାରିତ ଥିଲା। ଏହି ଅବସରରେ ଓରେରାର ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ କର୍ମଶାଳାକୁ ଉଦ୍‌ଘାଟନ କରି କହିଥିଲେ, ଘର ମଣିଷର ଏକ ସର୍ବନିମ୍ନ ଆବଶ୍ୟକତା ହୋଇଥିବାରୁ ଏ କ୍ଷେତ୍ରରେ ଜନସାଧାରଣ କିପରି ସହଜରେ ଓ ସୁବିଧାରେ ଘର ପାଇପାରିବେ ତାହା ସୁନିଶ୍ଚିତ କରିବା ଲକ୍ଷ୍ୟରେ ରେରା ଆଇନ ପ୍ରଣୟନ ହୋଇଛି। ଗତ ୫ବର୍ଷ ମଧ୍ୟରେ ରେରା ଆଇନ ପ୍ରଣୟନ ଫଳରେ ଅନେକ ପ୍ରକଳ୍ପରେ ସ୍ବଚ୍ଛତା ଏବଂ ପରିଚାଳନାଗତ ଦକ୍ଷତା ଆସିବା ସହ ଗ୍ରାହକମାନଙ୍କ ମନରେ ବିଶ୍ବାସ ମଧ୍ୟ ସୃଷ୍ଟି କରିପାରିଛି ବୋଲି ଦାସ ମତପ୍ରକାଶ କରିଥିଲେ। ସେହିଭଳି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ବାଳ କହିଥିଲେ, ନିର୍ମାଣ କ୍ଷେତ୍ର ଅର୍ଥନୀତିରେ ଅନେକ ମହତ ରଖିଥାଏ। ଏହି କ୍ଷେତ୍ରର ଅବଦାନ ବିଷୟରେ ବିସ୍ତୃତ ଉଲ୍ଲେଖ କରିବା ସହ ରେରା ଆଇନ ଏହି କ୍ଷେତ୍ରର ଅଭିବୃଦ୍ଧି ସହିତ ଗ୍ରାହକମାନଙ୍କ ସ୍ବାର୍ଥରକ୍ଷା ପାଇଁ ଉଦ୍ଦିଷ୍ଟ ବୋଲି କହିବା ସହ ଆଇନର କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଓରେରାର ବିଧି ସଦସ୍ୟ ରମାନାଥ ପଣ୍ଡା ନିଜ ବକ୍ତବ୍ୟରେ ରେରା ଆଇନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଆଇସିଏସ୍‌ଆଇ ଶାଖାର ସଭାପତି ଜ୍ୟୋତିର୍ମୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକମର ଉଦ୍‌ଘାଟନୀ ଅଭିଭାଷଣ ଶାଖାର ପୂର୍ବ ସଭାପତି ରଞ୍ଜନ କୁମାର କର ଦେଇଥିବା ବେଳେ ଓରେରାର ଅତିରିକ୍ତ ସଚିବ ଶ୍ରାବଣୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?