ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର ପାଣିପାଗ ବିଭାଗର ସୂଚନା ଅନୁସାରେ ସକାଳ ସୁଦ୍ଧା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଫୁଲବାଣୀ ୫.୫ ଡିଗ୍ରୀ ଦାରିଙ୍ଗବାଡ଼ିରେ ୫.୬ ଡିଗ୍ରୀ ରେକର୍ଡ ହୋଇଥିବା ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ଗୁରୁବାର ତାପମାତ୍ରା ୪ ଡିଗ୍ରୀ ସେଲସିୟସ ରହିଥିଲା । ପ୍ରତିଦିନ ପାରଦ ତଳ ମୁହାଁ ହେଉଥିବା ବେଳେ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ ହେଉଥିବା ନେଇ ଅଞ୍ଚଳବାସୀ କହୁଛନ୍ତି। ଅତ୍ୟଧିକ ଜାଡ଼ ଥଣ୍ଡା ଯୋଗୁ ସକାଳ ୧୦ଟା ସୁଦ୍ଧା ଘରୁ ବାହାରିବା ମୁସ୍କିଲ ହେଉଛି। ଓଡ଼ିଶାର କନ୍ଧମାଳ ଜିଲା ଜି.ଉଦୟଗିରିରେ ଆଜି ସର୍ବନିମ୍ନ ତାପମାତ୍ରା ରହିଥିବା ବେଳେ ପ୍ରବଳ ଥଣ୍ଡା ଯୋଗୁ ମଣିଷ ଠାରୁ ଆରମ୍ଭ କରି ପଶୁ ପର୍ଯ୍ୟନ୍ତ ପ୍ରଭାବିତ। ଏଠାରେ ବର୍ଷ ବର୍ଷ ଧରି ଶୀତ ଋତୁରେ ଏମିତି ଥଣ୍ଡା ହେବାର ନଜିର ରହିଛି। କିନ୍ତୁ ତାପମାପକ ଯନ୍ତ୍ର ନଥିବା ଯୋଗୁ ପୂର୍ବରୁ ଏଠାକାର ଶୀତ ଦିନେ ତାପମାତ୍ରା ଲୋକ ଲୋଚନକୁ ଆସିପାରୁନଥିଲା। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେଉଛି। ପାହଡ଼ ତଳିଆ ଅଞ୍ଚଳରେ ଆହୁରି ଅଧିକ ଥଣ୍ଡା ହେଉଥିବା ଦାବି ହେଉଛି। ଜି.ଉଦୟଗିରିରେ ବିଗତ ୬ ଦିନ ହେବ ୫ ଡିଗ୍ରୀ ତଳେ ତାପମାତ୍ରା ରହିଛି । ପ୍ରବଳ ଶୀତ ଓ ଘନ କୁହୁଡ଼ି ଯୋଗୁ ଗରିବ ଦିନ ମଜୁରିଆଙ୍କ ଜୀବନ ଜୀବିକା ପ୍ରଭାବିତ ହେଉଛି। ବିଶେଷ କରି ଯାନବାହାନ ଚଳାଚଳ ଅସୁବିଧା ହେଉଛି ଓ ଦୁର୍ଘଟଣା ମଧ୍ୟ ବଢୁଛି। ପ୍ରବଳ ଶୀତ ଯୋଗୁ ରାସ୍ତା ପାର୍ଶ୍ୱରେ ରହି ବ୍ୟବସାୟ କରୁଥିବା ସ୍ଥାନୀୟ ଚାଷୀ,ଠେଲା ବ୍ୟବସାୟୀ, ଦିନ ମଜୁରିଆମାନେ ବେଶୀ ପ୍ରଭାବିତ ହେଉଛନ୍ତି। ଏପଟେ ଶୀତର ମଜା ନେବା ପାଇଁ ଜିଲା ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ି ଚାଲିଛି। କଳିଙ୍ଗା ଘାଟି ଓ ବଟାନିକାଲ ଗାର୍ଡେନ, ହିଲଟପ,ର୍ସିକି ଇକୋ ପାର୍କ, କଫିବଗିଚା ଭଳି ବହୁ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପିକନିକର ମଜା ନେବା ପାଇଁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri