କ୍ଷତିପୂରଣ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨।୧୧(ନି.ପ୍ର.) ତାଳଚେରସ୍ଥିତ ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ଦୁଇଦିନ ହେଲା କଣିହାଁ ବ୍ଲକ ସାନତ୍ରିବିଡା ଗ୍ରାମବାସୀ ଆନ୍ଦୋଳନ ଚଳାଇଛନ୍ତି। ଫଳରେ କୋଇଲା ଉତ୍ପାଦନ ଓ ପରିବହନ ବାଧାପ୍ରାପ୍ତ ହୋଇଛି। ପ୍ରକାଶ ଯେ, ହିଙ୍ଗୁଳା କୋଇଲା ଖଣିରେ କାର୍ଯ୍ୟ ନେଇଥିବା ଏକ କମ୍ପାନୀ ଅଧୀନରେ ସାନତ୍ରିବିଡା ଗ୍ରାମର ସଞ୍ଜୟ କୁମାର ବେହେରା (୩୮) ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଗତ ଶନିବାର ଏକ ହାଇୱା ମାଡିଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ପହଞ୍ଚି ସମବେଦନା ଜଣାଇଛନ୍ତି। ମୃତକଙ୍କ ପରିବାରର ଦାବି ପୂରଣ ପାଇଁ ଖଣି କର୍ତ୍ତୃପକ୍ଷଙ୍କୁ ନିବେଦନ କରିଛନ୍ତି। ହେଲେ ଖବର ଲେଖା ହେଲା ବେଳକୁ ସମାଧାନର ରାସ୍ତା ବାହାରି ନ ଥିବାରୁ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri