କାଳିଆପାଣି,୧ା୧(ଡି.ଏନ.ଏ.): ସୁକିନ୍ଦା ବ୍ଲକ୍ ଅଧୀନ କାଳିଆପାଣି ଖଣି ଅଞ୍ଚଳରେ ନୂତନ ଖଣି ଖୋଲିବାକୁ ସରକାରୀସ୍ତରରେ ପ୍ରସ୍ତୁତି ଚାଲିଛି। ଫଳରେ ଏହାକୁ ଦୃଷ୍ଟିରେ ରଖି ସେଠାରେ ବର୍ଷବର୍ଷ ଧରି ବସବାସ କରି ରହୁଥିବା ଏକ ଘରକୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ଅଧିକାରୀଙ୍କ ତତ୍ତ୍ୱାବଧାନରେ ଆଇଏସଏଫ୍ ନିରାପତ୍ତା ରଖିଙ୍କ ଦ୍ୱାରା ଶୁକ୍ରବାର ରାତିରେ ଭାଙ୍ଗି ଦିଆଯାଇଛି ବୋଲି ଅଭିଯୋଗ ହୋଇଛି। ଏହାକୁ ସ୍ଥାନୀୟ ଲୋକେ ଦୃଢ଼ ବିରୋଧ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତି ୪୦ ବର୍ଷରୁ ଊର୍ଦ୍ଧ୍ୱ ହେବ କାଳିଆପାଣି ଟ୍ରକ୍ ପାର୍କିଂ ନିକଟରେ ଘର କରି ରହୁଥିଲେ। ଏବେ ସମ୍ପୃକ୍ତ ସ୍ଥାନରେ ୨୦ରୁ ଊର୍ଦ୍ଧ୍ୱ ପରିବାର ସ୍ଥାୟୀ ଭାବେ ରହୁଛନ୍ତି। ଘର ଠାରୁ ଅନତି ଦୂରରେ ଖଣି ନିଗମର ସାଉଥ୍ କାଳିଆପାଣି ଖଣି ପାଇଁ ଟ୍ରକ୍ ପାର୍କିଂ କରାଯାଇଥିବାରୁ ଦୁର୍ଘଟଣା ଘଟୁଛି। ଏବେ ନିକଟରେ ନୂତନ କାଳିଆପାଣି ଖଣି ଖୋଲିବାକୁ ନିଗମ ଲିଜ ହାତେଇଛି। ଆସନ୍ତା ଜାନୁୟାରୀରେ ଖଣି ଖୋଲିବ। କିନ୍ତୁ ଏହାପୂର୍ବରୁ ରାତି ଅଧିଆ ଘର ଭଙ୍ଗା ଘଟଣାକୁ ନେଇ ସେଠାରେ ବସବାସ କରୁଥିବା ୨୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ଭୟଭୀତ ହୋଇ ପଡ଼ିଛନ୍ତି। ଓଏମ୍ସି କାଳେ ସେମାନଙ୍କ ଘର ଭାଙ୍ଗିଦେବ ସେଥିପାଇଁ ଧନୁତିର ଧରି ନିଜ ଘରକୁ ଜଗି ରହୁଛନ୍ତି। ଏନେଇ ଖଣି ନିଗମର କାଳିଆପାଣି ଖଣି ପରିଚାଳକ ମନୋଜ ସେଠୀଙ୍କୁ ପଚାରିବାରେ ସେ କହିଛନ୍ତି, ଏନେଇ ମୋ ନିକଟରେ କିଛି ଖବର ନାହିଁ। ନିରାପତ୍ତା ଅଧିକାରୀ ଏନ୍.କେ. ନାୟକଙ୍କୁ ଯୋଗଯୋଗ କରିବାରୁ ସେ କିଛି ଜାଣି ନ ଥିବା ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍
ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…
ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା
ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…
ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…
୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ
ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

