ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ ବେଧଡକ ବାଲି ଚୋରା ଚାଲାଣ କରାଯାଉଥିବା ଜଣାପଡିବା ପରେ ବ୍ରହ୍ମପୁର ଖଣି ବିଭାଗ ଅଧିନ ଚିକିଟି କନିଷ୍ଠ ଖଣି ଅଧିକାରୀ ପଙ୍କଜ ଠାକୁର , ଦିଗପହଣ୍ଡି କନିଷ୍ଠ ଖଣି ଅଧିକାରୀ ସୌମ୍ୟ ରଞ୍ଜନ ନାୟକ,କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ଙ୍କ ନେତୃତ୍ୱରେ ଅନ୍ୟ ପୋଲିସ କର୍ମଚାରୀ ମାନଙ୍କ ଉପସ୍ଥିତିରେ ବାଲି ସୈରାତ ରାସ୍ତା ଗୁଡ଼ିକୁ  ଶୁକ୍ରବାର ଅପରାହ୍ନରେ ଜେସିବିି ମେସିନ ସହାୟତା ରେ ପ୍ରାୟ ୫ ଫୁଟ ଲେଖାଏଁ ଗାତ କରି ଖୋଳି ଦିଆଯାଇଛି।ଯାହା ଫଳରେ ଟ୍ରାକ୍ଟର କିମ୍ବା ଜେସିବିି ମେସିନ ବାଲି ଘାଟ (ରେମ୍ପ) କୁ ଯାଇ ପାରିବ ନାହିଁ।ବୁଧବାର ଉକ୍ତ ବାଲି ସୈରାତ (ରେମ୍ପ) ରୁ ଟ୍ରାକ୍ଟର ଯୋଗେ ବାଲି ଚୋରା ଚାଲାଣ ବେଳେ ଖବର ପାଇ କେ.ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ ନାୟକ ଙ୍କ ନିର୍ଦ୍ଦେଶକ୍ରମେ ନୂଆପଡ଼ା ଫାଣ୍ଡି ଅଧିକାରୀ ଏବଂ ଖଣି ବିଭାଗ ଅଧିକାରୀ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ବାଲି ବୋଝେଇ ଟ୍ରାକ୍ଟର ଓ ବାଲି ଲୋଡ ହୋଇଥିବା ୨ ଟି ଟ୍ରଲି କୁ ଜବତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri