ଖଣିଜପାଣ୍ଠିକୁ ଯେପରି ଟିକସ ଯିବା କଥା ସେଭଳି ଯାଉନି: ଅପରାଜିତା

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଦୀର୍ଘ ଦଶନ୍ଧି ପରେ ଓଡ଼ିଶାରେ ପୁଣିଥରେ ଲକ୍ଷାଧିକ କୋଟି ଟଙ୍କାର ଖଣି ଦୁର୍ନୀତି ଓ ଅନିୟମିତତା ହୋଇଛି। ରାଜ୍ୟ ସରକାର ଏହି ଅନିୟମିତତାକୁ ସ୍ବୀକାର କରିବା ସହ ରାଜ୍ୟ ଖଣି ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ସହ ତଦନ୍ତ ମାଧ୍ୟମରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି କେନ୍ଦ୍ର ସରକାରଙ୍କୁ ଅବଗତ କରିଛନ୍ତି। କିନ୍ତୁ ରାଜ୍ୟର ଏହି ଉତ୍ତର କେନ୍ଦ୍ର ସରକାରଙ୍କୁ ସନ୍ତୁଷ୍ଟ କରିପାରିନାହିଁ ଓ ପୁଣିଥରେ ବିସ୍ତୃତ ରିପୋର୍ଟ ପଠାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଅଭିଯୋଗ କରିଛନ୍ତି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଅପରାଜିତା ରାଜ୍ୟରେ ଖଣି ଦୁର୍ନୀତି ଓ ଅନିୟମିତତା ପ୍ରସଙ୍ଗରେ କେନ୍ଦ୍ର ଖଣିମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କ ଏକ ଚିଠିକୁ ଉଲ୍ଲେଖକରି କହିଛନ୍ତି, ଓଡ଼ିଶାରେ ଘରୋଇ ଖଣି ଲିଜ୍‌ଧାରୀ କମ୍ପାନୀଗୁଡ଼ିକ ଉଚ୍ଚମାନର ଲୁହାପଥରକୁ ନିମ୍ନମାନର ଲୁହାପଥର(୫୫%ରୁ କମ୍‌) ଦର୍ଶାଇଥିବାରୁ ରାଜକୋଷକୁ ହଜାର ହଜାର କୋଟି ଟଙ୍କା କ୍ଷତି ସହିବାକୁ ପଡ଼ୁଛି। ଏପରିକି ଜିଲା ଖଣିଜ ପାଣ୍ଠିକୁ ଯେଉଁ ପରିମାଣର ଟିକସ ଯିବା କଥା ସେଭଳି ମଧ୍ୟ ଯାଉନାହିଁ। ନ୍ୟାଶନାଲ ମିନେରାଲ ଏକ୍ସପ୍ଲୋରେଶନ ଟ୍ରଷ୍ଟକୁ ମଧ୍ୟ ପାଣ୍ଠି ହ୍ରାସ ହୋଇଛି। ଆଗାମୀ ଦିନରେ ଏଭଳି ଅନିୟମିତତା ଯେପରି ନ ହେବ ତା’ର ଗ୍ୟାରେଣ୍ଟି କ’ଣ ଓ କିଭଳି ପଦକ୍ଷେପ ନିଆଯାଉଛି ତାହା ରାଜ୍ୟ ସରକାର ସ୍ପଷ୍ଟ କରିବା ଦରକାର। ୨୦୨୧-୨୨ ଆର୍ଥିକ ବର୍ଷରେ ଯେଉଁ ଲିଜ୍‌ଧାରୀମାନେ ଏଭଳି ଦୁର୍ନୀତି ଓ ଅନିୟମିତତା କରିଛନ୍ତି ସେମାନଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଓ ରାଜକୋଷକୁ ହୋଇଥିବା କ୍ଷତିକୁ ଭରଣା ନିମନ୍ତେ କ’ଣ ପଦକ୍ଷେପ ନିଆଯାଇଛି ତାହା ରାଜ୍ୟ ସରକାର ଜଣାନ୍ତୁ ବୋଲି ଅପରାଜିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri