ବନ ବିଭାଗ ମଞ୍ଜୁରୀ ବିନା ଓଡ଼ିଶାରେ ଖଣି ଖନନ ବେଆଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୬:ଓଡ଼ିଶାରେ ଖଣି କମ୍ପାନୀଗୁଡ଼ିକ ବନ ବିଭାଗ ମଞ୍ଜୁରୀ ବିନା ବେଆଇନ ଭାବେ ଖଣିଜ ଉତ୍ତୋଳନ କରିଚାଲିଥିବାରୁ ସୁପ୍ରିମକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ବେଆଇନ ଖଣି ଖନନକୁ ସର୍ବୋଚ୍ଚ ଅଦାଲତ ସୋମବାର ଅତ୍ୟନ୍ତ ଗୁରୁତର ସହ ନେବା ସହିତ ଏଭଳି ମାମଲାଗୁଡ଼ିକର ଫଇସଲା ୬ ମାସ ମଧ୍ୟରେ ଶେଷ କରିବାକୁ ଓଡ଼ିଶା ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବନ ବିଭାଗର ମଞ୍ଜୁରୀ ବିନା ହାଇକୋର୍ଟଙ୍କ ସ୍ଥିତାବସ୍ଥା ନିର୍ଦ୍ଦେଶନାମା ବଳରେ ଖନନ କିପରି ଜାରି ରହିପାରିବ ବୋଲି ଜଷ୍ଟିସ ଏମ୍‌.ଆର୍‌. ଶାହା ଏବଂ ଅନିରୁଦ୍ଧ ବୋଷଙ୍କ ଅବକାଶକାଳୀନ ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ଜଙ୍ଗଲ କର୍ତ୍ତୃପକ୍ଷଙ୍କ ବିନା ମଞ୍ଜୁରୀରେ ହେଉଥିବା ଖନନ ବେଆଇନ। ଖନନ କିମ୍ବା ଖଣିଜ ଉତ୍ତୋଳନ ଜାରି ରଖିବାକୁ ଅନୁମତି ଦିଆଯାଇପାରିବ ନାହିଁ। ହାଇକୋର୍ଟ ସ୍ଥିତାବସ୍ଥା ନିର୍ଦ୍ଦେଶ ଦେଇ ଖଣି ଖନନ ଜାରି ରଖିବାକୁ ଅନୁମତି ଦେବା ଦୁର୍ଭାଗ୍ୟଜନକ ବୋଲି ଖଣ୍ଡପୀଠ କହିଥିଲେ।
ସ୍ଥିତାବସ୍ଥା ନିର୍ଦ୍ଦେଶନାମା ବଳବତ୍ତର ରଖିବାକୁ ହାଇକୋର୍ଟ ମନା କରିଦେବା ପରେ ମେସର୍ସ ବାଲେଶ୍ୱର ଆଲଏଜ୍‌ ଲିମିଟେଡ୍‌ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନ ପ୍ରତ୍ୟାହାର କରିନେବାକୁ ଖଣ୍ଡପୀଠ କମ୍ପାନୀକୁ ଅନୁମତି ଦେଇଛନ୍ତି। ଆବେଦନ ପ୍ରତ୍ୟାହାର କଲେ ମଧ୍ୟ ଜଙ୍ଗଲ ମଞ୍ଜୁରୀ ନ ଥିବାରୁ କମ୍ପାନୀକୁ ଏବେଠାରୁ ଆଉ ଖଣି ଖନନ ପାଇଁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri