ଖଣି କାର୍ଯ୍ୟ ରୋକିଲେ କ୍ଷତିଗ୍ରସ୍ତ

ଛେଣ୍ଡିପଦା,୨୧ା୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ରାଇଝରଣ ପଞ୍ଚାୟତର ରାଇଝରଣ, କାଉଁଶିିପ, ଗୋଳାଗାଡିଆ, ଧୋବାମଳିହା ଗ୍ରାମବାସୀ ନାଲ୍‌କୋ ପାଇଁ କୋଇଲା ଖନନ କରୁଥିବା ଘରୋଇ କମ୍ପାନୀରେ ନିଯୁକ୍ତି, କ୍ଷତିପୂରଣ ଓ ଥଇଥାନ ଦାବିରେ ସୋମବାର ଆନ୍ଦୋଳନ କରିଛନ୍ତି। ଫଳରେ ଖଣି କାର୍ଯ୍ୟ ବନ୍ଦ ରହିଛି।
ପଞ୍ଚାୟତବାସୀ କହିଛନ୍ତି, ରାଇଝରଣ ପଞ୍ଚାୟତରେ ଥିବା ଉତ୍କଳ-ଡି କୋଲ୍‌ ବ୍ଲକକୁ ସରକାର ନାଲ୍‌କୋକୁ ପ୍ରଦାନ କରିଛନ୍ତି। ନାଲ୍‌କୋ ପକ୍ଷରୁ ଏକ ଘରୋଇ କମ୍ପାନୀ ଦ୍ୱାରା ଖଣିରୁ ମାଟି ଓ କୋଇଲା ଖନନ କାର୍ଯ୍ୟ କରାଯାଉଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା ୬୦ ଭାଗ ଜମିହରା ପ୍ରଜା କ୍ଷତିପୂରଣ ରାଶି ପାଇପାରିନାହାନ୍ତି। ଏଥିସହ ନାଲ୍‌କୋ କିମ୍ବା ଉକ୍ତ ଘରୋଇ କମ୍ପାନୀରେ କୌଣସି କ୍ଷତିଗ୍ରସ୍ତଙ୍କୁ ନିଯୁକ୍ତି ମିଳିନାହିଁ। ଏ ନେଇ ବାରମ୍ବାର ଅଭିଯୋଗ କରାଗଲେ ମଧ୍ୟ ଜମିହରା ପ୍ରଜାଙ୍କୁ ଅଣଦେଖା କରାଯାଇ ବାହାର ଲୋକଙ୍କୁ ନିଯୁକ୍ତି ଦିଆଯାଉଛି। ତେଣୁ ତୁରନ୍ତ କ୍ଷତିପୂରଣ ରାଶି ପ୍ରଦାନ, ସମ୍ପୂର୍ଣ୍ଣ ପଞ୍ଚୟତରେ ପାଣି ସିଞ୍ଚନ, ପିଇବା ପାଣି ଯୋଗାଣ, ବିଦ୍ୟାଳୟ, କୋଠଘର, ମନ୍ଦିର ଆଦିର ଉନ୍ନତୀକରଣ, ସ୍ବାସ୍ଥ୍ୟ ଶିବିର, ଗ୍ରାମର ରେକର୍ଡଭୁକ୍ତ ଜଙ୍ଗଲକୁ ଅଧିଗ୍ରହଣ କରାଯାଉ ନଚେତ ଜଙ୍ଗଲକୁ ରାସ୍ତା ଦିଆଯାଉ ଆଦି ଦାବି ନେଇ ପଞ୍ଚାୟତବାସୀ ରାଇଝରଣ ଗ୍ରାମ ସଭାପତି ଲମ୍ବୋଦର ସାହୁ, ସମ୍ପାଦକ ରାମଚନ୍ଦ୍ର ସାହୁ ଓ ପତିତପାବନ ଦେହୁରୀଙ୍କ ନେତୃତ୍ୱରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବିଶେଷକରି କମ୍ପାନୀ ଦ୍ୱାରା ଦିଆଯାଉଥିବା ଅନୁକମ୍ପା ରାଶିର ସ୍ବଳ୍ପ ମୂଲ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅପରାହ୍ନରେ ଏସ୍‌ଡିପିଓ ରମାକାନ୍ତ ମହାଳିକ ଓ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଷ୍ଟ ପ୍ରଶାନ୍ତ ସିଂ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ମଙ୍ଗଳବାର ଗ୍ରାମବାସୀ ବୈଠକ କରିବା ପରେ ଆନ୍ଦୋଳନ ପ୍ରତ୍ୟାହାର କରିବେ ବୋଲି ନିଶା ଥାନା ଆଇଆଇସି ପ୍ରିୟବ୍ରତ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri