ଜାମକାନି କୋଇଲା ଖଣିରେ ଖନନ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଗ୍ରୁପ୍‌ର ନିଲାମାଧୀନ ସୁନ୍ଦରଗଡ଼ ଜାମକାନି କୋଇଲା ଖଣି କେତେକ ସ୍ଥାନୀୟ କାରଣ ପାଇଁ ଖନନ ହୋଇପାରୁ ନ ଥିଲା। ଏପରିକି ଖଣି ଖନନ ସ୍ଥଳରେ ସ୍ଥାନୀୟ ବାସିନ୍ଦ ଦୀର୍ଘଦିନ ହେବ ଆନ୍ଦୋଳନ କରିଆସୁଥିଲେ। ହେଲେ ଶୁକ୍ରବାର ଉକ୍ତ ଆନ୍ଦୋଳନ ସ୍ଥଳରେ ବିସ୍ଥାପିତମାନଙ୍କ ଦାବି ନେଇ କମ୍ପାନୀ କର୍ତ୍ତୃପକ୍ଷ, ଜିଲା ପ୍ରଶାସନ ଏବଂ ବିସ୍ଥାପିତ ଗ୍ରାମବାସୀଙ୍କ ମଧ୍ୟରେ ଏକ ଆଲୋଚନା ସଭା ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉଭୟ ପକ୍ଷର ବିଭିନ୍ନ ଦାବି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏକ ସୁସ୍ଥ ବାତାବରଣରେ ସମସ୍ତଙ୍କ ସହମତିରେ ଚୁକ୍ତିନାମା କରାଯାଇ ଆନ୍ଦୋଳନ ପ୍ରତ୍ୟାହାର କରିବା ସହ ଖଣି କାର୍ଯ୍ୟ ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ସଦର ବିଧାୟିକା କୁସୁମ ଟେଟେ, ଏଡିଏମ୍‌ ଅଭିମନ୍ୟୁ ବେହେରା, ଉପଜିଲାପାଳ ଦାଶରଥି ସରାବୋ, ବେଦାନ୍ତ ମାଇନିଂର ସିଇଓ ଭି.ଶ୍ରୀକାନ୍ତ, ଜମି ଏବଂ ଆଇନ ବିଭାଗର ମୁଖ୍ୟ ନୱାଲ ଶର୍ମା, ବାହ୍ୟ ସମ୍ପର୍କ ବିଭାଗ ମୁଖ୍ୟ ପ୍ରଣୟ ଶତପଥୀଙ୍କ ସମେତ ସୁନ୍ଦରଗଡ଼ ସାଂସଦଙ୍କ ପ୍ରତିନିଧି ବଟ କିଶୋରେ ମିଶ୍ର ଏବଂ ମେଣ୍ଡରା, ଜାମକାନି, ଗିରିଶିମା ଓ ଝରପଲ ଆଦି ଗ୍ରାମର ୧୫ ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri