Posted inଜାତୀୟ

ଏମିତି ଭୁଲ୍‌ କରି ମହିଳାଙ୍କୁ କ୍ଷମା ମାଗିଲେ ମନ୍ତ୍ରୀ: ମହିଳାଙ୍କ ସହ…

ମୁମ୍ବାଇ,୨୪ା୪:ମୁମ୍ବାଇର ଓ୍ବର୍ଲି ଅଞ୍ଚଳରେ ଶାସକ ଭାଜପା ନେତୃତ୍ୱରେ ମହାମେଣ୍ଟ ପକ୍ଷରୁ ବୁଧବାର ଆୟୋଜିତ ଏକ ରାଲି ଯୋଗୁ ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମୁମ୍ବାଇର ଜଣେ ମହିଳା ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରୀଶ ମହାଜନଙ୍କ ସମେତ ସ୍ଥାନୀୟ ପୋଲିସ ସହ ମୁହଁାମୁହିଁ ହୋଇଥିଲେ। ଉତ୍ତେଜିତ ମହିଳା ଜଣକ ଭାଜପା ମନ୍ତ୍ରୀଙ୍କ ସହ ଯୁକ୍ତିତର୍କ କରିବା ସହିତ ‘ଗେଟ୍‌ ଆଉଟ୍‌’ କହୁଥିବା ଦେଖାଯାଇଥିଲା। ଆପଣମାନେ ଟ୍ରାଫିକ୍‌ ଜାମ୍‌ କରୁଛନ୍ତି। ଖୋଲା ସ୍ଥାନରେ କାହିଁିକି ରାଲି କରାଯାଇପାରିଲା ନାହିଁ ବୋଲି ମହିଳା ଜଣକ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ଭିଡିଓ ଭାଇରାଲ ହେବା ପରେ ମନ୍ତ୍ରୀ ଟ୍ରାଫିକ୍‌ ଜାମ୍‌ ପାଇଁ କ୍ଷମା ମାଗିଛନ୍ତି। ମହିଳା ସଂରକ୍ଷଣ ବିଲ୍‌କୁ ସମର୍ଥନ କରି ଭାଜପା ପକ୍ଷରୁ ଶୋଭାଯାତ୍ରାର ଆୟୋଜନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।
ସୂଚନା ଅନୁଯାୟୀ, ମହିଳା ଜଣଙ୍କ ତାଙ୍କ ପିଲାମାନଙ୍କୁ ସ୍କୁଲ୍‌ରୁ ଆଣିବାକୁ ଯାଉଥିଲେ। ତେବେ ଟ୍ରାଫିକ୍‌ ଜାମ୍‌ରେ ସେ ଅନେକ ଘଣ୍ଟା ଅଟକି ରହିବାରୁ ରାଗିଯାଇଥିଲେ। ସେ ଗାଡ଼ିରୁ ବାହାରି ଶୋଭାଯାତ୍ରା ମଧ୍ୟଭାଗକୁ ଯାଇ ମନ୍ତ୍ରୀ ମହାଜନଙ୍କ ସହ ବଚସା କରିଥିଲେ। ରାସ୍ତା ଅବରୋଧକୁ ନେଇ ଦୈନନ୍ଦିନ ଯାତାୟାତ କରୁଥିବା ଲୋକେ ଅସୁବିଧାରେ ପଡ଼ୁଥିବାରୁ ରାଲିର ଆୟୋଜକମାନଙ୍କ ସହ ତାଙ୍କର ମୁହଁାମୁହିଁ ହୋଇଥିଲା। ତୁରନ୍ତ ଗହଳି ହଟାଇବା ପାଇଁ ମହିଳା ଜଣକ ଦାବି କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?