Posted inଜାତୀୟ

ରାଶନ ଦୁର୍ନୀତି ମାମଲାରେ ମନ୍ତ୍ରୀ ଗିରଫ

କୋଲକାତା,୨୭।୧୦: ରାଶନ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ପଚରାଉଚରା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗ ମନ୍ତ୍ରୀ ଜ୍ୟୋତିପ୍ରିୟ ମଲିକଙ୍କୁ ଗିରଫ କରିଥିଲା। ଏହି ସ୍କାମର ତଦନ୍ତ ସମ୍ପର୍କରେ ଇଡି ଟିମ କୋଲକାତାର ସଲ୍ଟ ଲେକ୍‌ରେ ଥିବା ମଲିକଙ୍କ ବାସଭବନରେ ପହଞ୍ଚିଥିଲେ। ଏହା ପରେ ଇଡି ଅଧିକାରୀମାନେ ଜ୍ୟୋତିପ୍ରିୟ ମଲିକଙ୍କୁ ପଚରାଉଚରା ଆରମ୍ଭ କରିଥିଲେ, ଯାହା ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା। ପରେ ଦୁର୍ନୀତି ମାମଲାରେ ଇଡି ତାଙ୍କୁ ଗିରଫ କରିଥିଲା।
ଇଡି ଏକ ସରକାରୀ ବିବୃତ୍ତିରେ କହିଛି, ରାଶନ ବଣ୍ଟନରେ ଦୁର୍ନୀତି ଅଭିଯୋଗରେ ପଶ୍ଚିମବଙ୍ଗ ମନ୍ତ୍ରୀ ଜ୍ୟୋତିପ୍ରିୟ ମଲିକଙ୍କୁ ଗିରଫ କରାଯାଇଛି। ଏଥି ସହିତ ଗିରଫ ପରେ ଯେତେବେଳେ ଇଡି ଅଧିକାରୀମାନେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (ସିଏପିଏଫ୍‌) କର୍ମଚାରୀଙ୍କ ସହାୟତାରେ ମନ୍ତ୍ରୀ ମଲିକଙ୍କୁ ନେଉଥିଲେ, ସେତେବେଳେ ଗଣମାଧ୍ୟମ ବ୍ୟକ୍ତିମାନେ ତାଙ୍କ ଚାରିପାଖରେ ଏକାଠି ହୋଇଥିଲେ। ମଲିକ କହିଛନ୍ତି ଯେ, ତାଙ୍କ ସହ ଏକ ବଡ ଷଡଯନ୍ତ୍ର କରାଯାଇଛି। ଜ୍ୟୋତିପ୍ରିୟ ବର୍ତ୍ତମାନ ବନ ବିଭାଗର ରାଜ୍ୟ ମନ୍ତ୍ରୀ ଭାବରେ ପରିଚାଳନା କରୁଛନ୍ତି। ଏହାପୂର୍ବରୁ ସେ ଖାଦ୍ୟ ଏବଂ ନାଗରିକ ଯୋଗାଣ ବିଭାଗର ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରୀ ଧନୁଯାତ୍ରା ଉଦ୍‌ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ କମ୍ପିଲା ସହର

ସମ୍ବଲପୁର, ୧୮।୧(ଭବାନୀ ଶଙ୍କର ଭୋଇ): ଗଙ୍ଗାଧର ମୁକ୍ତ ମଞ୍ଚରେ ରବିବାର ଆରମ୍ଭ ହୋଇଛି ତୃତୀୟ ସମ୍ବଲପୁରୀ ଧନଯାତ୍ରା। ସମ୍ବଲପୁରୀ ଧନୁଯାତ୍ରା କମିଟି ସଭାପତି ସଞ୍ଜୟ ବାବୁଙ୍କ...

ଗାଜା ଶାନ୍ତି ପ୍ରକ୍ରିୟାରେ ସାମିଲ ହେବ ଭାରତ! ନିମନ୍ତ୍ରଣ କଲେ ଟ୍ରମ୍ପ

ନୂଆଦିଲ୍ଲୀ,୧୮ା୧: ଯୁଦ୍ଧବିଧ୍ୱସ୍ତ ଗାଜାର ପୁନର୍ଗଠନ ଏବଂ ଶାସନ ବ୍ୟବସ୍ଥାର ତଦାରଖ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ‘ବୋର୍ଡ ଅଫ୍ ପିସ୍’ ଗଠନ କରିଛନ୍ତି।...

ଚଳନ୍ତା ଅଟୋ ଆଗକୁ ଡେଇଁ ପଡ଼ିଲା ମାଙ୍କଡ: ଆଉ ତା’ପରେ…

ଧରାକୋଟ,୧୮ା୧ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ତାଳପାଟଣା ନିକଟରେ ଚଳନ୍ତା ଅଟୋ ଆଗକୁ ଏକ ମାଙ୍କଡ ଡେଇଁ ପଡିବାରୁ ଭାରସାମ୍ୟ ହରାଇ...

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ...

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ...

କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି...

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri