Odisha Elections 2024

ଜାଲ ସାର୍ଟିଫିକେଟ ଦେଇ ନାମ ଲେଖାଇଥିଲେ ଦଣ୍ଡିତ ହେବେ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଜରିଆରେ ନାମ ଲେଖା ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ରଖିଛନ୍ତି । ଜାଲ ସାର୍ଟିଫିକେଟ ଦେଇ ଯଦି କେହି ନାମ ଲେଖାଇଛନ୍ତି, ତାହେଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ। ଯଦି ଆଉ କେଉଁଠି ମଧ୍ୟ ଏପରି ହୋଇଥାଏ ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତୁରନ୍ତ ତର୍ଜମା କରି ଯାହା ପଦକ୍ଷେପ ନିଆଯିବା କଥା ତାହା ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଗତ ୩ ବର୍ଷ ମଧ୍ୟରେ ୮ଜଣ ଛାତ୍ରୀଛାତ୍ର ବିଜେବି କଲେଜରେ ନାମ ଲେଖି ପାଠ ପଢୁଥିଲେ। ଏହି ଛାତ୍ରୀଛାତ୍ରମାନେ ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ ନାମ ଲେଖାଇଥିଲେ। କଲେଜ ପକ୍ଷରୁ ଯାଞ୍ଚ ବେଳେ ଏହି ୮ ଛାତ୍ରୀଛାତ୍ର ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇଥିବା ଜଣାପଡ଼ିବା ପରେ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ଏନେଇ ମଙ୍ଗଳବାର ବଡ଼ଗଡ଼ ଥାନାରେ ଏତଲା ଦେଇଛନ୍ତି। ପୋଲିସ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ ଏହି ସାର୍ଟିଫିକେଟ୍‌ କେମିତି ହାତେଇଲେ, କିଏ ଏହି ସାର୍ଟିଫିକେଟ୍‌ ଯୋଗାଇଛି ଓ କଲେଜର ଆଉ କେତେଜଣ ଛାତ୍ରୀଛାତ୍ର ଏହି ଘଟଣାରେ ସମ୍ପୃକ୍ତ ଅଛନ୍ତି କି ନାହିଁ ସେ ନେଇ ତଦନ୍ତ ହେବ ବୋଲି ଅଧ୍ୟକ୍ଷ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri