ଢେଙ୍କାନାଳରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ଢେଙ୍କାନାଳ ଅଫିସ,୨୬ା୧: ଢେଙ୍କାନାଳ ସଦର ମହକୁମାରେ ୭୪ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି। ସ୍ଥାନୀୟ ଷ୍ଟାଡିୟମଠାରେ ସକାଳେ ସାଢ଼େ ୮ ଟାରେ ପରେଡ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। କରୋନା ଯୋଗୁ ୩ ବର୍ଷ ପରେ ଆୟୋଜିତ ଏହି ପରେଡ୍‌ରେ ମୋଟ୍‌ ୩୪ଟି ଦଳ ଅଂଶଗ୍ରହଣ କରିଥିଲେ। ଏହା ପରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେଡ ଉତ୍ସବରେ ଚଳିତ ବର୍ଷ ଢେଙ୍କାନାଳ କଲେଜ ମହିଳା ସିନିୟର ଡିଭିଜନ ଏନ୍‌ସିସି ଦଳ ପ୍ରଥମ ସ୍ଥାନ, ଆନନ୍ଦ ମାର୍ଗ ସ୍କୁଲ ଦ୍ୱିତୀୟ, ଦିଲୀ ପବ୍ଲିକ ସ୍କୁଲ ତୃତୀୟ ଏବଂ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ବାଳିକା ଦଳ ଶ୍ରେଷ୍ଠ ସ୍କାଉଟ ଓ ଗାଇଡ ଦଳ ଭାବରେ ପୁରସ୍କୃତ ହୋଇଛନ୍ତି। ପରେଡ ଉତ୍ସବରେ ବିଧାୟକ ସୁଧୀର କୁମାର ସାମଲ, ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ଓ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri