ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ମନ୍ତ୍ରୀ ଏକ ସରକାରୀ କାର୍ଯ୍ୟକ୍ରମରେ ରବିବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଦିଗପହଣ୍ଡି ଦେଇ ରାୟଗଡ଼ା ଯାଉଥିବା ବେଳେ  ମୌଳାଭଞ୍ଜା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରୁ ବେଆଇନ ଭାବେ ବାଲି ଉତ୍ତୋଳନ କରି ଚାଲାଣ କରାଯାଉଥିବା ଦେଖିଥିଲେ । ଏହି ସମୟରେ ଆକ୍ସନ ମୋଡକୁ ଆସି ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ତଦନ୍ତ ପାଇଁ ପୋଲିସର ଜିମା ଦେଇଥିଲେ।

ପୋଲିସ ଟିମ୍ ବାଲି ବୋଝେଇ ୩ ଟ୍ରାକ୍ଟରକୁ ଜବତ କରି ଥାନାକୁ ନେଇଥିଲେ। ଏନେଇ ଥାନା ମାମଲା ନଂ.୫୧୦/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିବା ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ଜଣାଇଛନ୍ତି।ଦିଗପହଣ୍ଡି ,ସାନଖେମୁଣ୍ଡି ଓ ଚିକିଟି ଅଞ୍ଚଳ ଅଧିନ ବାହୁଦା,ଘୋଡ଼ାହାଡ଼ ଓ ରାମନଦୀ ଅବବାହିକାରୁ କିଛି ବାଲି ମାଫିଆ ବେଆଇନ ଭାବେ ନଦୀପଠା ରୁ ଜେସିବି ମେସିନରେ ବାଲି ଉତ୍ତୋଳନ କରି ଟ୍ରକ୍, ଟ୍ରାକ୍ଟର ଯୋଗେ ପଡୋଶୀ ଆନ୍ଧ୍ର ସମେତ ବିଭିନ୍ନ ଗ୍ରାମକୁ ଚୋରା ଚାଲାଣ କରୁଥିବା ଅଭିଯୋଗ ହେଉଛି। ଏପରିକି ଖଣି ଓ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ହୋଇନଥିବା ବିଭିନ୍ନ ବାଲି ଘାଟ ଗୁଡିକରୁ ଦିବାଲୋକରେ ବେଆଇନ ଭାବେ ବାଲି ଚାଲାଣ କରାଯାଉଥିବା ଦେଖିବାକୁ ମିଳୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri