ଅସନ୍ତୁଷ୍ଟ କର୍ମୀଙ୍କୁ ଦଳକୁ ଆଣିଲେ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ଅଳକା ମହାନ୍ତିଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଦଳର ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ସହ ହେଭିୱେଟ ନେତୃବୃନ୍ଦ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ପ୍ରଚାର ଦାୟିତ୍ୱରେ ଥିବା ନେତାମାନେ ଅସନ୍ତୁଷ୍ଟ କର୍ମୀଙ୍କୁ ମନେଇ ଘରବାହୁଡ଼ା କରି ଦଳକୁ ତୃଣମୂଳସ୍ତରରୁ ସୁଦୃଢ଼ କରିବାରେ ଲାଗିଛନ୍ତି। ଏନେଇ ଦଳୀୟ କର୍ମୀଙ୍କ ମଧ୍ୟରେ ରହିଥିବା ଅସନ୍ତୋଷକୁ ମନ୍ତ୍ରୀ ବୁଝାମଣା ମାଧ୍ୟମରେ ସମାଧାନ କରିଛନ୍ତି। ଏଭଳି ସ୍ଥିତି ଦେଖିବାକୁ ମିଳିଛି ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ଲଖନପୁର ବ୍ଲକ ବନ୍ଧବାହାଲ ଅଞ୍ଚଳରେ। ଅଞ୍ଚଳର କିଛି ଅସନ୍ତୁଷ୍ଟ କର୍ମୀଙ୍କୁ ବୁଝାଇ ଉପନିର୍ବାଚନ ଦାୟିତ୍ୱରେ ଥିବା ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦଳକୁ ଫେରାଇ ଆଣିଛନ୍ତି। ସେ କହିଛନ୍ତି, ଦଳୀୟ କର୍ମୀଙ୍କ ମଧ୍ୟରେ ଯେଉଁ ମନୋମାଳିନ୍ୟ ରହିଥିଲା, ତାହା ଦୂର ହୋଇଛି। ଉପନିର୍ବାଚନରେ ଦଳ ନିଶ୍ଚିତ ଭଲ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଘରବାହୁଡ଼ା ଅସନ୍ତୁଷ୍ଟ କର୍ମୀମାନଙ୍କ ମଧ୍ୟରେ ବରିଷ୍ଠ କର୍ମୀ ସୁନିଲ ମହାନ୍ତି, ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ନାୟକ, ନାଏବ ସରପଞ୍ଚ ଅଶୋକ କୁମାର ସ୍ବାଇଁ, ଦିଲୀପ ମହାନ୍ତି, ପ୍ରଫୁଲ୍ଲ ପ୍ରଧାନ, ପ୍ରକାଶ ପାଢ଼ୀ, କୈଳାସ ପାତ୍ର ପ୍ରମୁଖଙ୍କ ସହ ୫୧ଜଣ କର୍ମୀଙ୍କୁ ମନ୍ତ୍ରୀ ଦାଶ ଉତ୍ତରୀୟ ପ୍ରଦାନ କରି ଦଳକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?