ଲୋକଙ୍କ ପାଖରେ ସମସ୍ତ ଯୋଜନା ପହଞ୍ଚିବା ନେଇ ଆହ୍ବାନ ଦେଲେ ମନ୍ତ୍ରୀ

ଗୋପାଳପୁର,୩୧ା୮(ନବୀନ ରାଜ ଆଚାରୀ): ରବିବାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି l ସକାଳେ କାର୍ଯ୍ୟାଳୟରେ ପରିଷଦ ଅଧ୍ୟକ୍ଷ ଏ.ଜାନକୀ ରାମ ପତାକା ଉତ୍ତୋଳନ କରିଥିଲେ। ପରେ ନୂଆବସ୍‌ ଷ୍ଟାଣ୍ଡ ପରିସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଯୋଗଦେଇଥିବା ବେଳେ ଅନ୍ୟ ଅତିଥି ଭାବେ ପରିଷଦ ଅଧ୍ୟକ୍ଷ ଏ.ଜାନକୀ ରାମ, ଭାରପ୍ରାପ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ବେଣିଆ, ବ୍ରହ୍ମପୁର ଏମ୍‌ପିଙ୍କ ପ୍ରତିନିଧି ଇ.ଲୋକନାଥ, ମନ୍ତ୍ରୀ ପ୍ରତିନିଧି ପଞ୍ଚୁ ବେହେରା ଓ୍ବାର୍ଡ ସଭ୍ୟମାନେ ମଞ୍ଚାସୀନ ଥିଲେ। ୧୯୬୧ର ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ହୋଇଥିଲା ସମସ୍ତଙ୍କୁ ଆକର୍ଷଣ କଲା ଭଳି ଏ ମାଟି ସମର୍ଥ ଅଛି ବୋଲି ମନ୍ତ୍ରୀ ଜେନା କହିଥିଲେ। ସମୁଦ୍ର ବେଳାଭୂମିକୁ ଅଧିକରୁ ଅଧିକ ଆକର୍ଷଣ କରାଯିବ ଏବଂ ସ୍ବାୟତ୍ତ ଶାସନ ଦିବସରେ ସଂକଳ୍ପ ନେଇ ସ୍ବଚ୍ଛତା ଅଲମ୍ବନ କରି ଗୋଟି ଗୋଟି ଯୋଜନା ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ମନ୍ତ୍ରୀ ଆହ୍ବାନ କରିଥିଲେ। ବିଜ୍ଞାପିତ ଅଞ୍ଚଳରେ ହୋଉଥିବା କାର୍ଯ୍ୟକୁ ସ୍ବଚ୍ଛତା ରହିବା ଦରକାର। କୌଣସି କାର୍ଯ୍ୟରେ ଲାଞ୍ଚ ମାଗିଲେ ମୋତେ କହିବା ସହ ଦୃଷ୍ଟି ଆକର୍ଷଣ କରିବା କହିଥିଲେ। ସଫେଇ କର୍ମଚାରୀମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା। ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ହୋଇଥିବା ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ କୃତୀ ହୋଇଥିବା ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ଦ୍ୱାରା ପୁରସ୍କାର ପ୍ରଦାନ କରିଥିଲେ। ବରିଷ୍ଠ ନାଗରିକ ଓ ଖବରଦାତାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ କନିଷ୍ଠ ଯନ୍ତ୍ରୀ ମନଜିତା ରଥ, ସାଗରିକା ବିଷୋୟୀ, ପ୍ରଭାତ ରଞ୍ଜନ ବାରିକ, ପୂର୍ବତନ ଉପାଧ୍ୟକ୍ଷ ଓ୍ବାଇ. ନାଗରତମ,ଓ୍ବାର୍ଡସଭ୍ୟ ଏସ୍‌ ବୀରେନ କୁମାର, କଳ୍ପନା ବେହେରା, ରଚନି କୁମାରୀ ନାୟକ, ନିର୍ମଳା କୁଜୁର, ସୁନିତା ସାହୁ, କେ. କାଲେସୁ, ଏମ୍‌ କାମେଶ୍ୱରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri