ଲୋକଙ୍କ ପାଖରେ ସମସ୍ତ ଯୋଜନା ପହଞ୍ଚିବା ନେଇ ଆହ୍ବାନ ଦେଲେ ମନ୍ତ୍ରୀ

ଗୋପାଳପୁର,୩୧ା୮(ନବୀନ ରାଜ ଆଚାରୀ): ରବିବାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି l ସକାଳେ କାର୍ଯ୍ୟାଳୟରେ ପରିଷଦ ଅଧ୍ୟକ୍ଷ ଏ.ଜାନକୀ ରାମ ପତାକା ଉତ୍ତୋଳନ କରିଥିଲେ। ପରେ ନୂଆବସ୍‌ ଷ୍ଟାଣ୍ଡ ପରିସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଯୋଗଦେଇଥିବା ବେଳେ ଅନ୍ୟ ଅତିଥି ଭାବେ ପରିଷଦ ଅଧ୍ୟକ୍ଷ ଏ.ଜାନକୀ ରାମ, ଭାରପ୍ରାପ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ବେଣିଆ, ବ୍ରହ୍ମପୁର ଏମ୍‌ପିଙ୍କ ପ୍ରତିନିଧି ଇ.ଲୋକନାଥ, ମନ୍ତ୍ରୀ ପ୍ରତିନିଧି ପଞ୍ଚୁ ବେହେରା ଓ୍ବାର୍ଡ ସଭ୍ୟମାନେ ମଞ୍ଚାସୀନ ଥିଲେ। ୧୯୬୧ର ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ହୋଇଥିଲା ସମସ୍ତଙ୍କୁ ଆକର୍ଷଣ କଲା ଭଳି ଏ ମାଟି ସମର୍ଥ ଅଛି ବୋଲି ମନ୍ତ୍ରୀ ଜେନା କହିଥିଲେ। ସମୁଦ୍ର ବେଳାଭୂମିକୁ ଅଧିକରୁ ଅଧିକ ଆକର୍ଷଣ କରାଯିବ ଏବଂ ସ୍ବାୟତ୍ତ ଶାସନ ଦିବସରେ ସଂକଳ୍ପ ନେଇ ସ୍ବଚ୍ଛତା ଅଲମ୍ବନ କରି ଗୋଟି ଗୋଟି ଯୋଜନା ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ମନ୍ତ୍ରୀ ଆହ୍ବାନ କରିଥିଲେ। ବିଜ୍ଞାପିତ ଅଞ୍ଚଳରେ ହୋଉଥିବା କାର୍ଯ୍ୟକୁ ସ୍ବଚ୍ଛତା ରହିବା ଦରକାର। କୌଣସି କାର୍ଯ୍ୟରେ ଲାଞ୍ଚ ମାଗିଲେ ମୋତେ କହିବା ସହ ଦୃଷ୍ଟି ଆକର୍ଷଣ କରିବା କହିଥିଲେ। ସଫେଇ କର୍ମଚାରୀମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା। ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ହୋଇଥିବା ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ କୃତୀ ହୋଇଥିବା ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ଦ୍ୱାରା ପୁରସ୍କାର ପ୍ରଦାନ କରିଥିଲେ। ବରିଷ୍ଠ ନାଗରିକ ଓ ଖବରଦାତାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ କନିଷ୍ଠ ଯନ୍ତ୍ରୀ ମନଜିତା ରଥ, ସାଗରିକା ବିଷୋୟୀ, ପ୍ରଭାତ ରଞ୍ଜନ ବାରିକ, ପୂର୍ବତନ ଉପାଧ୍ୟକ୍ଷ ଓ୍ବାଇ. ନାଗରତମ,ଓ୍ବାର୍ଡସଭ୍ୟ ଏସ୍‌ ବୀରେନ କୁମାର, କଳ୍ପନା ବେହେରା, ରଚନି କୁମାରୀ ନାୟକ, ନିର୍ମଳା କୁଜୁର, ସୁନିତା ସାହୁ, କେ. କାଲେସୁ, ଏମ୍‌ କାମେଶ୍ୱରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା…

ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ…

ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ସରକାରୀ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ: ଆନ୍ଦୋଳନରେ ସାମିଲ ହେଲେ…

ଛତ୍ରପୁର, ୨୭।୧(ଦିଲ୍ଲୀପ ସାମଲ): ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ଆହ୍ବାନରେ ମଙ୍ଗଳବାର ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri