ଜମି ଦେବାକୁ କହି ମନ୍ତ୍ରୀଙ୍କଠାରୁ ଠକିନେଲେ ୨୫ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ

ଢେଙ୍କାନାଳ,୨୯ା୭(ରତନ ନାୟାର):ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ କରାଯିବା ଘଟଣା ଢେଙ୍କାନାଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଗତ ୨୬ ତାରିଖରେ ମନ୍ତ୍ରୀ ପାତ୍ର ତାଙ୍କ ଓକିଲଙ୍କ ଜରିଆରେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗକୁ ଭିତ୍ତିକରି ଟାଉନ ଥାନାରେ ନଂ. ୫୦୦/୨୫ରେ ଏକ ମାମଲା ରୁଜୁ କରାଯାଇଛି। ଟଙ୍କା ଦେବା ବାବଦ କାଗଜପତ୍ରକୁ ପୋଲିସ ଜବତ କରି ଏ ସଂକ୍ରାନ୍ତରେ ତନାଘନା ଚଳାଇଛି।
ଅଭିଯୋଗରୁ ଜଣାପଡିଛି, ଢେଙ୍କାନାଳ ସଦର ଥାନା ବଣସିଂହ ଅଞ୍ଚଳର ନିରଞ୍ଜନ ଶତପଥୀ ୨୦୨୧ ମସିହାରେ କୃଷ୍ଣଚନ୍ଦ୍ରଙ୍କୁ ଏକ ଜମି ଦେବାକୁ କହି ତାଙ୍କଠାରୁ ଅଗ୍ରୀମ ୨୫ ଲକ୍ଷ ଟଙ୍କା ନେଇଥିଲେ। ଏହାପରେ ସେ ଜମି ଦେଲେ ନାହିଁ କି ଟଙ୍କା ମଧ୍ୟ ଫେରାଇଲେ ନାହିଁ। ଜମି ଦେବାକୁ କୃଷ୍ଣଚନ୍ଦ୍ର ବାରମ୍ବାର କହିବା ସତ୍ତ୍ୱେ ନିରଞ୍ଜନ ଜମି ଦେଇ ନ ଥିଲେ। ଟଙ୍କା ମଧ୍ୟ ଫେରାଇ ନ ଥିଲେ। ଏପରି କି ନିରଞ୍ଜନ ଦେଇଥିବା ୨ଟି ଚେକ୍‌ ବାଉନ୍ସ ହୋଇଯାଇଥିଲା। ଫଳରେ ଚେକ୍‌ ବାଉନ୍ସ ନେଇ ନିରଞ୍ଜନଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିଲା। ସେଥିରେ ସେ ଜାମିନରେ ଆସିଥିବା ନିରଞ୍ଜନଙ୍କ ସୂଚନାରୁ ଜଣାପଡିଛି। ଏହି ଘଟଣା ସୋମବାର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି। ଏ ସଂକ୍ରାନ୍ତରେ ଟାଉନ ଥାନା ପୋଲିସ ତଦନ୍ତ ଜାରି ରଖିଛି। ଟାଉନ ଥାନା ଅଧିକାରୀ ପ୍ରଭାତ କୁମାର ସାହୁ କହିଛନ୍ତି, ଅଭିଯୋଗ ପାଇଛୁ। ଥାନାରେ ମାମଲା ରୁଜୁ ହୋଇଛି। କାଗଜପତ୍ରକୁ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri