ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଠକି ନେଇଥିଲେ ଟଙ୍କା, ଏବେ ଗିରଫ ହେଲେ…

ଭୁବନେଶ୍ୱର, ୨୯।୭: ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହେଲେ ଅଭିଯୁକ୍ତ ନିରଞ୍ଜନ ଶତପଥୀ । ଗତ ୨୬ ତାରିଖରେ ମନ୍ତ୍ରୀ ପାତ୍ର ତାଙ୍କ ଓକିଲଙ୍କ ଜରିଆରେ ଟାଉନ ଥାନାରେ ଏନେଇ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତିକରି ଟାଉନ ଥାନାରେ ନଂ. ୫୦୦/୨୫ରେ ଏକ ମାମଲା ରୁଜୁ କରିଥିଲା। ଟଙ୍କା ଦେବା ବାବଦ କାଗଜପତ୍ରକୁ ପୋଲିସ ଜବତ କରି ଏ ସଂକ୍ରାନ୍ତରେ ତନାଘନା ଚଳାଇଛି।

ଅଭିଯୋଗରୁ ଜଣାପଡିଛି, ଢେଙ୍କାନାଳ ସଦର ଥାନା ବଣସିଂହ ଅଞ୍ଚଳର ନିରଞ୍ଜନ ଶତପଥୀ ୨୦୨୧ରେ କୃଷ୍ଣଚନ୍ଦ୍ରଙ୍କୁ ଏକ ଜମି ଦେବାକୁ କହି ତାଙ୍କଠାରୁ ଅଗ୍ରୀମ ୨୫ ଲକ୍ଷ ଟଙ୍କା ନେଇଥିଲେ। ଏହାପରେ ସେ ଜମି ଦେଲେ ନାହିଁ କି ଟଙ୍କା ମଧ୍ୟ ଫେରାଇଲେ ନାହିଁ। ଜମି ଦେବାକୁ କୃଷ୍ଣଚନ୍ଦ୍ର ବାରମ୍ବାର କହିବା ସତ୍ତ୍ୱେ ନିରଞ୍ଜନ ଜମି ଦେଇ ନ ଥିଲେ। ଟଙ୍କା ମଧ୍ୟ ଫେରାଇ ନ ଥିଲେ। ଏପରି କି ନିରଞ୍ଜନ ଦେଇଥିବା ୨ଟି ଚେକ ବାଉନ୍ସ ହୋଇଯାଇଥିଲା। ଫଳରେ ଚେକ ବାଉନ୍ସ ନେଇ ନିରଞ୍ଜନଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିଲା। ସେଥିରେ ସେ ଜାମିନରେ ଆସିଥିବା ନିରଞ୍ଜନଙ୍କ ସୂଚନାରୁ ଜଣାପଡିଛି। ଏହି ଘଟଣା ସୋମବାର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri