ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି ବିଭିନ୍ନ ମତ୍ସ୍ୟ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସହ ମନ୍ତ୍ରୀ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ଆର୍ଯ୍ୟପଲ୍ଲୀଠାରେ ପ୍ରସ୍ତାବିତ ଫିସିଂ ହାର୍ବର ଅଞ୍ଚଳ ପରିଦର୍ଶନ କରି ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଅଧିକାରୀମାନଙ୍କ ସହ ସମୀକ୍ଷା କରିଥିଲେ। ଫିସିଂ ହାରବର ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ବିତ କରି ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ପୌରପରିଷଦ ପକ୍ଷରୁ ନିର୍ମାଣ ହେବାକୁ ଥିବା ଆଧୁନିକ ମାଛ ବଜାର ପ୍ରକଳ୍ପର ସ୍ଥାନ ପରିଦର୍ଶନ କରିଥିଲେ। ସେହିପରି ଋଷିକୂଲ୍ୟା ମୁହାଣ ଅଗସ୍ତି ନୂଆଗାଁଠାରେ ଫିସ ଲ୍ୟାଣ୍ଡିଂ ସେଣ୍ଟର ପ୍ରକଳ୍ପର ଅଗ୍ରଗତି ତଦାରଖ କରିଥିଲେ। ପରେ ଏସିଆ ମହାଦେଶ ପ୍ରସିଦ୍ଧ ହୁମ୍ମା ଶୁଖୁଆ ହାଟ ପରିଦର୍ଶନ କରି ମତ୍ସ୍ୟଜୀବୀ ଓ ବ୍ୟବସାୟୀମାନଙ୍କ ସହ ହାଟର ବିଭିନ୍ନ ସମସ୍ୟା ଓ ବ୍ୟବସାୟ ସମ୍ପର୍କରେ ମନ୍ତ୍ରୀ ଆଲୋଚନା କରିଥିଲେ। ପରିଦର୍ଶନ ସମୟରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ, ଛତ୍ରପୁର ତହସିଲଦାର ଦିବ୍ୟା ମହାନ୍ତି, ଛତ୍ରପୁର ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ, ଗଞ୍ଜାମ ବିଡିଓ ଅଚ୍ୟୁତାନନ୍ଦ ଯାନୀଙ୍କ ସମେତ ବିଭାଗୀୟ ଅଧିକାରୀ, ଅଞ୍ଚଳବାସୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?