ଭବାନୀପାଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ମମିତା ମେହେରଙ୍କ ଅପହରଣ ଓ ହତ୍ୟା ଘଟଣା ନେଇ ହୁଲସ୍ଥୂଲ ହେଉଛି ରାଜ୍ୟ ରାଜନୀତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡି ଗସ୍ତ କରିଛନ୍ତି। ସେ ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ପୂର୍ବରୁ ଭବାନୀପାଟଣାସ୍ଥିତ କୃଷି ମହାବିଦ୍ୟାଳୟ (ଓୟୁଏଟି) ଖେଳ ପଡ଼ିଆର ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) କାର୍ଡର ଶୁଭାରମ୍ଭ କରିବା ସହ ହିତାଧିକାରୀଙ୍କୁ ଏହା ବଣ୍ଟନ କରିବେ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ଉଦ୍‌ଘାଟନ କରିବେ ବୋଲି ଜଣାପଡିଛି। ସେଠାରେ କେଉଁଠି ମୁଖ୍ୟମନ୍ତ୍ରୀଙ୍କ ସଭା ହେବ ଓ ହେଲିପ୍ୟାଡ୍‌ କେଉଁଠି ତିଆରି ହେବ ତାହା ଚିହ୍ନଟ କରିଥିଲେ ମନ୍ତ୍ରୀ । ଏହି ସମୟରେ କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ଏସ୍‌ପି ଡ. ଶ୍ରବଣ ବିବେକ ଏମ୍‌, ପିଡବ୍ଲ୍ୟୁଡି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ବାବୁ, ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରକାଶ ଯେ, କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଶାସକ ଦଳ ଉପରେ ବିରୋଧୀଙ୍କ ଆନ୍ଦୋଳନ, ବିକ୍ଷୋଭକୁ ନେଇ ରାଜନୀତି ଉଷ୍ଣତା ରହିଥିବା ବେଳେ ଏହାକୁ ଚେକ୍‌ପୋଷ୍ଟ ଦେବା ଲାଗି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଆସୁଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri