ବିଜୟ ପାଇଁ କର୍ମୀଙ୍କ ସହ ରଣନୀତି ପ୍ରସ୍ତୁତି କଲେ ମନ୍ତ୍ରୀ

ଝାରସୁଗୁଡା ଅଫିସ,୧୭।୫: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ନେତୃତ୍ୱରେ ଝାରସୁଗୁଡା ବ୍ଲକ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ୫ ପଞ୍ଚାୟତକୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ କରାଯାଇଛି । ଏଥିରେ କଟକ ମେୟର ସୁବାଷ ସିଂ, ଝାରସୁଗୁଡ଼ା ଜିଲା ସହ ପର୍ଯ୍ୟବେକ୍ଷକ ବିଷ୍ଣୁପ୍ରସାଦ କେଡ଼ିଆଙ୍କ ସହ ପଞ୍ଚାୟତସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କର୍ମୀମାନଙ୍କୁ ଏକଜୁଟ ହୋଇ ବିଧାୟକ ପ୍ରାର୍ଥୀନୀ ଅଳକା ମହାନ୍ତିଙ୍କୁ କିପରି ବିପୁଳ ଭୋଟରେ ବିଜୟୀ କରିବେ ଏନେଇ ଯୋଜନା ପ୍ରସ୍ତୁତ କରିଥିଲେ। ଏପରି କି ତୃଣମୂଳସ୍ତରରୁ କର୍ମୀଙ୍କୁ କାର୍ଯ୍ୟ କରିବାକୁ କହିଛନ୍ତି।

ଉପ ନିର୍ବାଚନରେ ୫୦ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜେଡି ବିଜୟୀ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି। ପଞ୍ଚାୟତ ଓ ପୌର ନିର୍ବାଚନରେ ବ୍ରଜରାଜନଗରବାସୀ ଦଳକୁ ଆଶୀର୍ବାଦ କରିଛନ୍ତି l ଦଳର ଲୋକାଭିମୁଖୀ କାର୍ଯ୍ୟ ଯୋଗୁ ପୁଣି ଥରେ ଅଞ୍ଚଳବାସୀ ଅଳକାଙ୍କୁ ବିଜୟୀ କରାଇବେ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ କହିଛନ୍ତି। ସେହିପରି କଟକ ମେୟର ସୁବାଷ ସିଂ କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସ ଝାରସୁଗୁଡା ଜିଲା ଉପରେ ରହିଛି l ସ୍ବର୍ଗତ ବିଧାୟକ କିଶୋର ମହାନ୍ତି ଅଞ୍ଚଳରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରିଛନ୍ତି। ଏନେଇ ଦଳ ଉପରେ ଅଞ୍ଚଳବାସୀଙ୍କ ଅତୁଟ ବିଶ୍ୱାସ ରହିଛି। ତେଣୁ ଉପ ନିର୍ବାଚନରେ ଅଳକାଙ୍କୁ ଜନସାଧାରଣ ଆଶୀର୍ବାଦ କରିବେ ବୋଲି ସୁବାଷ ସିଂ କହିଛନ୍ତି। ସମ୍ମିଳନୀରେ ଝାରସୁଗୁଡା ଜୋନ ୧ ଜିଲା ପରିଷଦ ସଭ୍ୟ ଝରଣା ସାଗର, ଝାରସୁଗୁଡା ବିଜେଡି ବ୍ଲକ ସଭାପତି ଦାମୋଦର ନାଥ, ପିନି ସାଏ, ହେମିନ ଦେଓ, ରାଜକୁମାର ସାଏ, ହର୍ଷ ଜଗତ, ଶରତ ପ୍ରଧାନ, ସଞ୍ଜୟ ସାଏ, ପପ୍ପୁ ରାଏ ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ । କର୍ମୀ ସମ୍ମିଳନୀକୁ ନଟବର ଶର୍ମା ଓ ପିଣ୍ଟୁ ପାଢ଼ୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri