ପେଟ୍ରୋଲ ବିକ୍ରିକୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା: ଏଣିକି ଆସନ୍ତାକାଲିଠୁ…

ଭୁବନେଶ୍ୱର,୨୧।୭: ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ। କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି। କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର। ଖୋଲା ପାତ୍ରରେ ପେଟ୍ରୋଲ ଦେବା ଯୋଗୁଁ ଅଗ୍ନିକାଣ୍ଡ ଓ ଅନ୍ୟାନ୍ୟ ଅଘଟଣ ଘଟୁଥିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି।

ବାଲେଶ୍ୱର ଓ ବଳଙ୍ଗାରେ ଘଟିଥିବା ଅଘଟଣ ସମ୍ପର୍କରେ ସୂଚନା ଅନୁଯାୟୀ, ଖୋଲା ପାତ୍ରରେ ପେଟ୍ରୋଲ ନେବା ସମୟରେ ଅସାବଧାନତା ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଜନମାନସରେ ଆତଙ୍କ ସୃଷ୍ଟି କରିଥିଲା। ଏହି ଘଟଣାଗୁଡ଼ିକ ପେଟ୍ରୋଲ ପମ୍ପ କର୍ମଚାରୀ ଓ ଗ୍ରାହକଙ୍କ ସୁରକ୍ଷା ପ୍ରତି ପ୍ରଶ୍ନ ଉଠାଇଥିଲା। ତେଣୁ, ଏହାକୁ ରୋକିବା ପାଇଁ ଆସୋସିଏଶନ ଏହି କଡ଼ା ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବୋଲି ଗତକାଲି ଓଡ଼ିଶା ପେଟ୍ରୋଲିୟମ ଡିଲରସ ଆସୋସିଏଶନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri