୭୮ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କଲେ ମନ୍ତ୍ରୀ

ମୋରଡ଼ା,୮ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ତହସିଲ କାର୍ଯ୍ୟାଳୟରେ ‘ମୋ ଜଙ୍ଗଲ ମୋ ଜମି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନ୍ତର୍ଜାତୀୟ ବିଶ୍ୱ ଜନଜାତି ଦିବସ ଅବସରରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୋରଡ଼ା ବିଧାୟକ ତଥା ଗୃହ ଓ଼ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ‘ମୋ ଜଙ୍ଗଲ ଜମି’ ଯୋଜନାରେ ଅନ୍ତର୍ଭୁକ୍ତ ୯୫ ଜଣ ହିତାଧିକାରୀଙ୍କୁ ଡକା ଯାଇଥିବା ବେଳେ ପଟ୍ଟା ନେବାକୁ ଆସିଥିଲେ ୭୮ ଜଣ ହିତାଧିକାରୀ।
ତେବେ ଶ୍ରୀ ମହାପାତ୍ର କାର୍ଯ୍ୟକ୍ରମରେ ପହଞ୍ଚିବା ପରେ ତାଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରୀ ମହାପାତ୍ରଙ୍କ ସହିତ ମୋରଡ଼ା ତହସିଲଦାର ଉତ୍ତମ କୁମାର ଜେନା, ବିଡିଓ ଅଣାକର ନାଏକ, ଅବସରପ୍ରାପ୍ତ ଏଡିଏମ୍‌ ସୁରତ ମଲ୍ଲିକ,ପିଏଆଇଟିଡିଏ ପ୍ରଣୟ ରଞ୍ଜନ ବେହେରା,ବ୍ଲକ ଅଧ୍ୟକ୍ଷ ପୀତନାଥ ସୋରେନ, ଉପାଧ୍ୟକ୍ଷା ଜେମାମଣି ମହାନ୍ତ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ।

ଜଙ୍ଗଲ ଉପରେ ନିର୍ଭରଶୀଳ ଥିବା ବନବାସୀଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ ତଥା ଅର୍ଥନୈତିକ ପ୍ରଗତିକୁ ନିଶ୍ଚିତ କରିବା, ସମସ୍ତ ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନା ସହିତ ଯୋଡ଼ି ତାଙ୍କର ଜୀବନ ଜୀବିକା ମନରେ ଉନ୍ନତି ଆଣିବା ଯୋଜନାର ମୂଳ ଲକ୍ଷ୍ୟ ବୋଲି ଶ୍ରୀ ମହାପାତ୍ର କହିଥିଲେ। ତେବେ ଆଜିର କାର୍ଯ୍ୟକ୍ରମରେ ଚିତ୍ରଡ଼ା,ମୋରଡ଼ା, ଧଡ଼ାସାହି, ଜୁଆଳିଭଙ୍ଗା, ହଳଦୀପାଳ, ଗଡ଼ିଗାଁ ପଞ୍ଚାୟତର ୨୨ଟି ଗାଁର ୭୮ ଜଣ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଛି। ହିତାଧିକାରୀ ଆଲାଦୀ ମୁର୍ମୁ,ସଲଖାନ ମାର୍ଣ୍ଡି,ସୋମବାରୀ ମାର୍ଣ୍ଡି, ମଇନା ହାଁସଦା ଏବଂ ଅନ୍ୟ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରିଥିଲେ ମନ୍ତ୍ରୀ। ତେବେ ପରେ ବ୍ଲକର ୨୦ ପଞ୍ଚାୟତର ୧୨୭୧ ଜଣଙ୍କୁ ପଟ୍ଟା ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। କାର୍ଯ୍ୟକ୍ରମ ଆୟୋଜନରେ ଚିତ୍ରଡ଼ା ଆର୍‌ଆଇ ମନୋଜ ବାରିକ, ମୋରଡ଼ା ଆର୍‌ଆଇ ଜ୍ୟୋତିରୁପା ପାତ୍ର, ତହସିଲ କର୍ମଚାରୀ ଶଶାଙ୍କ ଶେଖର ମିଶ୍ର, ଜଗତଜ୍ୟୋତି ବେହେରା,ଗୌରାଙ୍ଗ ସାହୁ ଏବଂ ଅନ୍ୟମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?