ନୂଆପଡାରେ ଦଳୀୟ କର୍ମକର୍ତ୍ତାଙ୍କୁ ବିଜୟ ମନ୍ତ୍ର ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଦିବାସୀ ଜନଜାତିଙ୍କୁ କହିଲେ…

ଭୁବନେଶ୍ୱର,୩୧।୧୦: ନୂଆପଡା ବିଧାନସଭା ଉପନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳର ନେତା, କର୍ମୀଙ୍କ ଚଳଚଞ୍ଚଳତା ବୃଦ୍ଧି ପାଇବାରେ ଲାଗିଛି । ତିନି ପ୍ରମୁଖ ଦଳ ଭାଜପା, ବିଜେଡି କଂଗ୍ରେସ ନିର୍ବାଚନୀ ପ୍ରଚାର ସଙ୍ଗେସଙ୍ଗେ ଦଳୀୟ ସଂଗଠନକୁ ଆହୁରି ମଜଭୂତ ଓ କର୍ମୀଙ୍କୁ ସକ୍ରିୟ କରିବାରେ ବ୍ୟସ୍ତ । ଏହି ସମୟରେ ଗୁରୁବାର କୋମନା ବ୍ଲକ ଅନ୍ତର୍ଗତ କୁରେଶ୍ୱର ପଞ୍ଚାୟତ ଅଧିନସ୍ଥ ଉଦୟବନ୍ଧ ଗ୍ରାମରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତସ୍ତରୀୟ ଏହି କର୍ମୀ ସମ୍ମିଳନୀରେ ଓଡ଼ିଶା ସରକାରଙ୍କ ଗଣ ଶିକ୍ଷା ତଥା ଆଦିବାସି ବ୍ୟାପାର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇଥିଲେ। ଉପସ୍ଥିତ କାର୍ଯ୍ୟକର୍ତ୍ତାଙ୍କୁ ନିଜର ଅଭିଭାଷଣରେ ମନ୍ତ୍ରୀ କହିଛନ୍ତି ଯେ, ଭାଜପା ହିଁ ଦେଶରେ ଆଦିବାସୀ ଜନଜାତିମାନଙ୍କର ପ୍ରକୃତ ସାଥୀ । ଅଣ ଭାଜପା ଦଳମାନେ ନିରୀହ ସରଳ ଆଦିବାସୀଙ୍କୁ ମିଛ ପ୍ରତିଶ୍ରୁତି ଦେଇ ଦେଶରେ ଓ ରାଜ୍ୟରେ ଶାସନ କରୁଥିଲେ। ଆଦିବାସୀ ଜନଜାତିଙ୍କୁ କେବଳ ମିଥ୍ୟା ପ୍ରତାରଣା ଦେଇ ତାଙ୍କ ଅଧିକାରକୁ ଲୁଣ୍ଠନ କରୁଥିଲେ। କିନ୍ତୁ ଉଭୟ କେନ୍ଦ୍ର ଓ ରାଜ୍ୟରେ ଭାଜପା ସରକାର ଆସିଲା ପରେ ହିଁ ଆଦିବାସୀ ଜନଜାତିଙ୍କ ସାମାଜିକ ଆର୍ଥିକ ଉନ୍ନତି ପାଇଁ ବିଭିନ୍ନ ଯୋଜନା ହାତକୁ ନେଇ ଆଦିବାସୀ ଜନଜାତିଙ୍କୁ ତାଙ୍କର ଅଧିକାର ଦେଇଛି । ମୋଦି ସରକାରର ସମସ୍ତ ଜନକଲ୍ୟାଣକାରୀ ଯୋଜନା ଗୁଡ଼ିକର ସର୍ବାଧିକ ଲାଭ ଆଦିବାସୀ ଜନଜାତିମାନେ ହିଁ ପାଇଛନ୍ତି। ଏଣୁ ଆଦିବାସୀ ଜନଜାତି ଭାଜପା ଉପରେ ବିଶ୍ବାସ ରଖି ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିଜୟୀ କରନ୍ତୁ । ଏହି ବାର୍ତ୍ତା ନେଇ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଅନୁରୋଧ କରିଛନ୍ତି । ଏହି ବୈଠକରେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, ଫକୀର ମୋହନ ନାଏକ ଉପସ୍ଥିତ ଥିଲେ ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri