ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ ରବି ଧାନ କ୍ରୟ ପାଇଁ ମଣ୍ଡି ଆରମ୍ଭରୁ ଅଚଳାବସ୍ଥା ଦେଖାଦେଇଛି। ଏହାକୁ ନେଇ ସଦର ବ୍ଲକର ୮ ପ୍ୟାକ୍ସ ଅନ୍ତର୍ଗତ ୨୧ ଗଁାର ହଜାର ସଂଖ୍ୟାରେ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉପଜିଲାପାଳ ସୁର୍ମି ସୋରେନ ପହଞ୍ଚତ୍ ଚାଷୀଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ ଚାଷୀମାନେ ଜିଲାପାଳ ନଚେତ ନୂଆପଡା ଗସ୍ତରେ ଆସିଥିବା ମନ୍ତ୍ରୀ ନାଏକ ଆସି ଆଲୋଚନା କରନ୍ତୁ ବୋଲି ଅଡି ବସିଥିଲେ। ମୁଣ୍ଡଫଟା ଟାଣ ଖରାରେ ଜିଲାପାଳ କିମ୍ବା ମନ୍ତ୍ରୀ ବିକ୍ଷୋଭ ସ୍ଥଳରେ ନ ପହଞ୍ଚତ୍ବାରୁ ଚାଷୀ ଉତ୍ତ୍ୟକ୍ତ ହୋଇ ୩୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଏଥିଯୋଗୁ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଥିଲା। ଗୋଟିଏ ପଟେ ଚାଷୀ ଖରାରେ ରାଜରାସ୍ତାରେ ବସିଥିବା ବେଳେ ଅନ୍ୟପଟେ ମନ୍ତ୍ରୀ ଏସି ରୁମରେ ସରକାରଙ୍କ ବିକାଶ କଥା ଗାଇ ଚାଲିଥିଲେ। ପ୍ରାୟ ୩ଘଣ୍ଟା ପରେ ମନ୍ତ୍ରୀ କିଛି ଚାଷୀ ନେତାଙ୍କୁ ନିଜ ସଭାସ୍ଥଳକୁ ଡାକି ଆଲୋଚନା କରିଥିଲେ। ବୁଧବାରଠାରୁ ଜିଲାର ସମସ୍ତ ମଣ୍ଡିରେ ଜଣେ ଲେଖାଏ ଜିଲାସ୍ତରୀୟ ଅଧିକାରୀ ରହି ସମସ୍ତ ଚାଷୀଙ୍କ ଧାନ ଉଠାଣ କରାଯିବ ବୋଲି କହିଥିଲେ। ଚାଷୀଙ୍କ ପକ୍ଷରୁ କୁହାଯାଇଥିଲା ଯେ, ଜୁନ ୧୬ରୁ ଖରିଫ ଚାଷ ଆରମ୍ଭ ହୋଇଥାଏ। ଏପର୍ଯ୍ୟନ୍ତ ସମସ୍ତ ଚାଷୀଙ୍କ ଟୋକନ ଆସିନାହିଁ କିମ୍ବା ଟୋକନ ଆସିଥିବା ଚାଷୀଙ୍କ ଧାନ ଉଠାଣ ହୋଇ ନାହିଁ ା ସେଥିରେ ପୁଣି ୫ରୁ ୭କିଲୋଗ୍ରାମ କଟନି କରାଯାଉଛି। ଧାନ ବିକ୍ରି ହୋଇ ନ ଥିବାରୁ କୋଉଠୁ ଟଙ୍କା ଆଣି ଚାଷ କରିବୁ ବୋଲି ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ା ଚାଷୀ ସମସ୍ୟା ସମାଧାନ ନ ହେବା ପର୍ଯ୍ୟନ୍ତ ରାସ୍ତାରୁ ହଟିବୁ ନାହିଁ ବୋଲି ଅଡି ବସିଥିଲେ। ୪ ଘଣ୍ଟା ପରେ ମନ୍ତ୍ରୀ ନାଏକଙ୍କ ସହ ଜିଲାପାଳ ମଧୁସୂଦନ ଦାଶ ଓ ଅନ୍ୟ ଅଧିକାରୀ ଧାରଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ବୁଧବାରଠାରୁ ଜିଲାର ସବୁ ମଣ୍ଡିର ଧାନ ଉଠାଣ କରାଯିବ ା ଯେଉ ମିଲର ଧାନ ଉଠାଇବା ପାଇଁ ନ ଗଲେ ତାଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ା ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଇଲା ପରେ ଅପରାହ୍ନ ୨ଟା ଧାରଣା ପ୍ରତ୍ୟାହୃତ ହୋଇଥିଲା। ହେଲେ ୫ ଦିନ ଭିତରେ ସବୁ ଚାଷୀଙ୍କ ଧାନ ଉଠାଣ ନ ହେଲେ ଆଗାମୀ ଦିନରେ ପୁଣି ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ମନ୍ତ୍ରୀ ନାଏକଙ୍କୁ ପଚାରିବାରୁ ଚାଷୀଙ୍କ କୌଣସି ସମସ୍ୟା ନାହିଁ। ଆମ ସରକାର ଚାଷୀଙ୍କ ସରକାର, ଚାଷୀମାନଙ୍କ ପାଇଁ ସବୁବେଳେ ଅଛି ଓ ରହିବ ବୋଲି ପ୍ରତିକ୍ରିୟା ରଖିଥିଲେ ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?