ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: ଆଗୁଆ…

ଭୁବନେଶ୍ୱର,୨୫।୨ (ରବିନାରାୟଣ ଜେନା):ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି, ୨୦୨୭ ଫେବୃଆରୀ ପୂର୍ବରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସରକାରଙ୍କ ପକ୍ଷରୁ ଅଦ୍ୟାବଧି ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ। ଏଥିସହ ମନ୍ତ୍ରୀ ନାୟକ କହିଛନ୍ତି,ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ପ୍ରଶାସନିକସ୍ତରରେ କୌଣସି ନିୟମାବଳୀ ପ୍ରସ୍ତୁତ କରାଯାଇନାହିଁ। ସରକାର ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ଯେତେବେଳେ ବିଧିବଦ୍ଧ ନିଷ୍ପତ୍ତି ନେବେ, ସେହି ସମୟରେ ପ୍ରଚଳିତ ନୀତି ନିୟମ ଓ ନିର୍ଦ୍ଦେଶାବଳୀ ଅନୁଯାୟୀ ବ୍ଲକ ଏବଂ ପଞ୍ଚାୟତ ପୁନର୍ଗଠନ ସମ୍ପର୍କିତ ପ୍ରତ୍ୟେକ ପ୍ରସ୍ତାବକୁ ପୁଙ୍ଖାନୁପୁଙ୍ଖ ଭାବେ ତର୍ଜମା କରି ନିଷ୍ପତ୍ତି ନିଆଯିବ। ତେବେ ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ବର୍ତ୍ତମାନ ସରକାର ପଞ୍ଚାୟତ ପୁନର୍ଗଠନ କି ସୀମା ନିର୍ଦ୍ଧାରଣ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଞ୍ଚାୟତ ନିର୍ବାଚନ ନେଇ ବିଜେଡି ସଦସ୍ୟ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନାଏକ ମଧ୍ୟ ଅନୁରୂପ ତଥ୍ୟ ରଖିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆଗୁଆ ହେବ ବୋଲି ସୂଚନା ଦେଇଥିଲେ। ଏହାକୁ ନେଇ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ଆରମ୍ଭ ହୋଇଥିଲା। ମାତ୍ର ମନ୍ତ୍ରୀଙ୍କ ଉତ୍ତର ପରେ ଏହି କଳ୍ପନାଜଳ୍ପନାର ଅବସାନ ଘଟିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?