ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଲୋକାର୍ପଣ କଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୫।୨: ଢେଙ୍କାନାଳ ସହର ବାଜି ଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଭାବେ ଶନିବାର ଲୋକାର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ।
ମନ୍ତ୍ରୀ, ଏମ୍‌ପି ବିଧାୟକ ସମସ୍ତେ ଏକାଠି ମିଶି ସ୍ବାସ୍ଥ୍ୟମନ୍ତ୍ରୀ ଓ ସଚିବଙ୍କୁ ଜଣାଇବା ସହିତ ଯେହେତୁ ଆଗରୁ ଏହା ଜିଲା ମୁଖ୍ୟ ଚିକିତ୍ସାଳୟ ଥିଲା, ଏଠାରେ ଆବଶ୍ୟକ ଭିତ୍ତିଭୂମି ଥିବାରୁ ରାଜ୍ୟ ସରକାର ଏଠାରେ ଏକ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଖୋଲିଛନ୍ତି । ଏଠାରେ ମଧ୍ୟ ଆବଶ୍ୟକ ଡାକ୍ତର ଓ ନର୍ସ ଏବଂ କର୍ମଚାରୀ ରହିବେ । ଜ୍ୱର, ମ୍ୟାଲେରିଆ, ଡାଇରିଆ ଏବଂ ଅନ୍ୟ ରୋଗର ମଧ୍ୟ ଏଠାରେ ଚିକିତ୍ସା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଏମ୍‌ପି ମହେଶ ସାହୁ, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର ଯୋଗ ଦେଇଥିଲେ । ଜିଲାପାଳ ସରୋଜ କୁମାର ସେଠୀଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ ପ୍ରାରମ୍ଭିକ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri