କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟନ କଲେ ମନ୍ତ୍ରୀ

ପୋଲସରା,୧୯ା୧୨(ଡି.ଏନ.ଏ.): ପୋଲସରା ବ୍ଲକ ହାତୀଓଟ ନୋଡ଼ାଲ ହାଇସ୍କୁଲ ମିନି ଷ୍ଟାଡିୟମରେ ସୋମବାର ଆରମ୍ଭ ହୋଇଥିବା ବ୍ଲକସ୍ତରୀୟ କ୍ରୀଡ଼ା ମହୋତ୍ସବକୁ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ସୁନାମ ଆଣିଛି ବୋଲି ସେ ତାଙ୍କ ବକ୍ତବ୍ୟରେ କହିଥିଲେ। କ୍ରୀଡାରେ ୨୬ ପଞ୍ଚାୟତ ମଧ୍ୟରୁ ୩୩ଟି ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। କ୍ରୀଡ଼ାରେ ଜୁନିୟର ଓ ସିନିୟର ମିଶି ମୋଟ ୬୮୧ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ବିଭିନ୍ନ କ୍ରୀଡ଼ାରୁ ମୋଟ ୧୪୬ ଜଣ କୃତୀ ଛାତ୍ରୀଛାତ୍ର ବୁଗୁଡାଠାରେ ଅନୁଷ୍ଠିତ ହେବାକୁ ଥିବା ଜୋନାଲସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାଲାଗି ମନୋନୀତ ହୋଇଥିବା ନେଇ ହାତୀଓଟ ନୋଡ଼ାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଅତିରିକ୍ତ ବିଡ଼ିଓ ଧର୍ମରାଜ ପରିଡା, ଗୋଷ୍ଠୀ ଶିକ୍ଷାଧିକାରୀ କାଳିଚରଣ ବେହେରା, ଜିଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ଝୁନୁ ଦାସ, ବ୍ଲକ ଉପାଧ୍ୟକ୍ଷ କାହୁଚରଣ ପରିଡା, ବ୍ଲକ ବିଜେଡି ମହିଳା ସଭାନେତ୍ରୀଙ୍କ ସମେତ ସମସ୍ତ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସମେତ ସମସ୍ତ ଜନ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri