କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟନ କଲେ ମନ୍ତ୍ରୀ

ପୋଲସରା,୧୯ା୧୨(ଡି.ଏନ.ଏ.): ପୋଲସରା ବ୍ଲକ ହାତୀଓଟ ନୋଡ଼ାଲ ହାଇସ୍କୁଲ ମିନି ଷ୍ଟାଡିୟମରେ ସୋମବାର ଆରମ୍ଭ ହୋଇଥିବା ବ୍ଲକସ୍ତରୀୟ କ୍ରୀଡ଼ା ମହୋତ୍ସବକୁ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ସୁନାମ ଆଣିଛି ବୋଲି ସେ ତାଙ୍କ ବକ୍ତବ୍ୟରେ କହିଥିଲେ। କ୍ରୀଡାରେ ୨୬ ପଞ୍ଚାୟତ ମଧ୍ୟରୁ ୩୩ଟି ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। କ୍ରୀଡ଼ାରେ ଜୁନିୟର ଓ ସିନିୟର ମିଶି ମୋଟ ୬୮୧ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ବିଭିନ୍ନ କ୍ରୀଡ଼ାରୁ ମୋଟ ୧୪୬ ଜଣ କୃତୀ ଛାତ୍ରୀଛାତ୍ର ବୁଗୁଡାଠାରେ ଅନୁଷ୍ଠିତ ହେବାକୁ ଥିବା ଜୋନାଲସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାଲାଗି ମନୋନୀତ ହୋଇଥିବା ନେଇ ହାତୀଓଟ ନୋଡ଼ାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଅତିରିକ୍ତ ବିଡ଼ିଓ ଧର୍ମରାଜ ପରିଡା, ଗୋଷ୍ଠୀ ଶିକ୍ଷାଧିକାରୀ କାଳିଚରଣ ବେହେରା, ଜିଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ଝୁନୁ ଦାସ, ବ୍ଲକ ଉପାଧ୍ୟକ୍ଷ କାହୁଚରଣ ପରିଡା, ବ୍ଲକ ବିଜେଡି ମହିଳା ସଭାନେତ୍ରୀଙ୍କ ସମେତ ସମସ୍ତ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସମେତ ସମସ୍ତ ଜନ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri