ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରର ଶୁଭାରମ୍ଭ କଲେ ମନ୍ତ୍ରୀ

ପୋଲସରା,୬ା୧(ଡି.ଏନ୍‌.ଏ.): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ପହଞ୍ଚାଇବା ଉଦ୍ଦେଶ୍ୟରେ ଶୁକ୍ରବାର ପୋଲସରା କାଳୀ ମନ୍ଦିର ସାହି ରାସ୍ତା ନିକଟରେ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଗ୍ରାମାଞ୍ଚଳ ସମେତ ସହରାଞ୍ଚଳରେ ସୁଲଭ ସ୍ବାସ୍ଥ୍ୟ ସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଇ ଆସିଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ଅଧୀନରେ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିବା ଏହି ସ୍ବାସ୍ଥ୍ୟ କେନ୍ଦ୍ରଟି ସ୍ବେଛାସେବୀ ସଂସ୍ଥା ଦ୍ୱାରା ପରିଚାଳିତ ହେବ।

ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ଗୁଣାତ୍ମକମାନର ସୁବିଧା ଯୋଗାଇ ଦିଆଯିବ। ଏହା ସହିତ ରୋଗୀଙ୍କୁ ବୌଦ୍ଧିକ ତଥା ଯୋଗ ଓ ଫିଜିଓଥେରାପି ଚିକିତ୍ସା ମଧ୍ୟ ପ୍ରଦାନ କରାଯିବ। ସ୍ବାସ୍ଥ୍ୟ କେନ୍ଦ୍ର ସକାଳ ୮ଟାରୁ ପୂର୍ବାହ୍ନ ୧୧ଟା ଏବଂ ଓ ସନ୍ଧ୍ୟା ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯିବ। ଏହା ସହିତ ରବିବାର ସମେତ ସରକାରୀ ଛୁଟି ଦିବସରେ ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ବହିଃଚିକିତ୍ସା ସେବା ଯୋଗାଇ ଦିଆଯିବ। ଉକ୍ତ ସ୍ବାସ୍ଥ୍ୟ କେନ୍ଦ୍ରରେ ବହିଃଚିକିତ୍ସା ସେବା ମଧ୍ୟରେ ନିରାମୟ ଔଷଧ ବିତରଣ, ରକ୍ତ ମଳମୁତ୍ର ପରୀକ୍ଷା ସମେତ ସଚେତନତା କର୍ମଶାଳା ବ୍ୟବସ୍ଥା କରାଯାଇଛି।

ଉଦ୍‌ଘାଟନୀ ଉତ୍ସବରେ ସମ୍ମାନିତ ଅତିଥି ଭାବେ ପୋଲସରା ବିଡିଓ ତଥା ନଗର କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ମୁର୍ମୁ, ଡାକ୍ତର ଲଳିତ ମୋହନ ରଥ, ଡାକ୍ତର ପଙ୍କଜ ପ୍ରଭା ସାହୁ, ଫିଜିଓଥେରାପିଷ୍ଟ ଲିପ୍ସା ସାହୁ, ଯୋଗ ଶିକ୍ଷକ କୃଷ୍ଣଚନ୍ଦ୍ର ପ୍ରଧାନ, ଫାର୍ମାସିଷ୍ଟ ସିତାଂଶୁ କୁମାର ନାୟକ, ନଗରପାଳିକା ସଙ୍ଗୀତା ବେହେରା, ପୂର୍ବତନ ନଗରପାଳ ପ୍ରଫୁଲ୍ଲ କୁମାର ପ୍ରଧାନ, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଏମ୍‌ପିଙ୍କ ପ୍ରତିନିଧି ମୋତିରାମ୍‌ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri