ଫୁଲବାଣୀରେ ମନ୍ତ୍ରୀ ଜଗନ୍ନାଥ ସାରକା କଲେ ପତାକା ଉତ୍ତୋଳନ

ଫୁଲବାଣୀ,୧୫।୮(ରାକେଶ କୁମାର ରାଉତ ): କନ୍ଧମାଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଫୁଲବାଣୀସ୍ଥିତ ପୋଲିସ ରିଜର୍ଭ ପଡ଼ିଆରେ ପାଳିତ ହୋଇଯାଇଛି। ରାଜ୍ୟ ଅନୁସୂଚିତ ଜାତି ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତୋଳନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଦେଶ ସ୍ବାାଧୀନତା ସଂଗ୍ରାମରେ ବଳିଦାନ ଦେଇଥିବା ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ସେମାନଙ୍କ ବୀରତ୍ୱ ଉପରେ ଆଲୋଚନା କରିଥିଲେ। ଏଥିସହ ରାଜ୍ୟରେ ଚାଲିଥିବା ବିଭିନ୍ନ ଜନହିତକର ଯୋଜନା ଉପରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରିଥିଲେ। ପରେ ମନ୍ତ୍ରୀ ମିଳିତ ପରେଡର ଅଭିବାଦନ ଗ୍ରହଣ କରିଥିଲେ। ପୋଲିସ, ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ ପରେଡରେ ଅଂଶ ଗ୍ରହଣ କରିଥିଲେ। ଶେଷରେ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri