ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଗାଡ଼ି ଧକ୍କାରେ ଶିଶୁ ଆହତ, ମେଡିକାଲରେ ଭର୍ତ୍ତି

ରାୟଗଡ଼ା,୬ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶନିବାର ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶେଷ ଦିବସ ଥିଲା। ଏଥିରେ ଯୋଗଦେଇ ଅପରାହ୍ନ ୫ଟାରେ ଅନୁସୂଚିତ ଜନଜାତି ଓ ଜାତି ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଫେରୁଥିଲେ। ଏହି ସମୟରେ ବେଲକଣା ଛକ ନିକଟରେ ଜଣେ ୪ବର୍ଷର ଶିଶୁ ରାସ୍ତା ପାର ହେବା ସମୟରେ ମନ୍ତ୍ରୀଙ୍କ ଗାଡ଼ି ସହ ଧକ୍କା ହୋଇଥିଲା। ଫଳରେ ଶିଶୁଟି ଆହତ ହୋଇଥିଲା। ଶିଶୁ ଜଣକ ବିଷମକଟକ ବ୍ଲକର ଭେଟାଗୁଡ଼ା ଗ୍ରାମର ସୁଧୀର ଗୁନାଲୁଙ୍କ ପୁଅ ନବୀନ (୪)। ସେ ବେଲକଣା ମାମୁଘରକୁ ଯାଇଥିଲା। ତେବେ ଦୁର୍ଘଟଣା ଘଟିବା ପରେ ମନ୍ତ୍ରୀଙ୍କ ଗାଡ଼ି ସେଠାରୁ ଚାଲି ଆସିବା ସମୟରେ ଗ୍ରାମବାସୀ କାର୍‌କୁ ଅଟକାଇଥିଲେ। ଫଳରେ ମନ୍ତ୍ରୀଙ୍କ ସୁରକ୍ଷା ପାଇଁ ରହିଥିବା ପୋଲିସ ଯବାନମାନେ ଓହ୍ଲାଇ ଗ୍ରାମବାସୀଙ୍କୁ ବନ୍ଧୁକ ଦେଖାଇଥିଲେ। ଯାହାଫଳରେ ସେଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପୋଲିସ-ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଏଥିରେ ଉତ୍ତେଜିତ ହୋଇ ଗ୍ରାମବାସୀ ମନ୍ତ୍ରୀ ଓ ଯବାନମାନଙ୍କୁ ଅଟକାଇଥିଲେ। ଏହାପରେ ମନ୍ତ୍ରୀ ସାରକା ଆଲୋଚନା କରି ଗ୍ରାମବାସୀଙ୍କୁ ବୁଝାଶୁଝା ପରେ ଘଟଣା ଶାନ୍ତ ପଡ଼ି ଏବଂ ଶିଶୁଟିକୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଶିଶୁଟିର ଗୋଡ଼ ଭାଙ୍ଗିଥିବା ଜଣାପଡ଼ିଛି। ଗୋଡ଼ ବ୍ୟାଣ୍ଡେଜ କରାଯାଇଛି। ବର୍ତ୍ତମାନ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri