ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଗାଡ଼ି ଧକ୍କାରେ ଶିଶୁ ଆହତ, ମେଡିକାଲରେ ଭର୍ତ୍ତି

ରାୟଗଡ଼ା,୬ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶନିବାର ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶେଷ ଦିବସ ଥିଲା। ଏଥିରେ ଯୋଗଦେଇ ଅପରାହ୍ନ ୫ଟାରେ ଅନୁସୂଚିତ ଜନଜାତି ଓ ଜାତି ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଫେରୁଥିଲେ। ଏହି ସମୟରେ ବେଲକଣା ଛକ ନିକଟରେ ଜଣେ ୪ବର୍ଷର ଶିଶୁ ରାସ୍ତା ପାର ହେବା ସମୟରେ ମନ୍ତ୍ରୀଙ୍କ ଗାଡ଼ି ସହ ଧକ୍କା ହୋଇଥିଲା। ଫଳରେ ଶିଶୁଟି ଆହତ ହୋଇଥିଲା। ଶିଶୁ ଜଣକ ବିଷମକଟକ ବ୍ଲକର ଭେଟାଗୁଡ଼ା ଗ୍ରାମର ସୁଧୀର ଗୁନାଲୁଙ୍କ ପୁଅ ନବୀନ (୪)। ସେ ବେଲକଣା ମାମୁଘରକୁ ଯାଇଥିଲା। ତେବେ ଦୁର୍ଘଟଣା ଘଟିବା ପରେ ମନ୍ତ୍ରୀଙ୍କ ଗାଡ଼ି ସେଠାରୁ ଚାଲି ଆସିବା ସମୟରେ ଗ୍ରାମବାସୀ କାର୍‌କୁ ଅଟକାଇଥିଲେ। ଫଳରେ ମନ୍ତ୍ରୀଙ୍କ ସୁରକ୍ଷା ପାଇଁ ରହିଥିବା ପୋଲିସ ଯବାନମାନେ ଓହ୍ଲାଇ ଗ୍ରାମବାସୀଙ୍କୁ ବନ୍ଧୁକ ଦେଖାଇଥିଲେ। ଯାହାଫଳରେ ସେଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପୋଲିସ-ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଏଥିରେ ଉତ୍ତେଜିତ ହୋଇ ଗ୍ରାମବାସୀ ମନ୍ତ୍ରୀ ଓ ଯବାନମାନଙ୍କୁ ଅଟକାଇଥିଲେ। ଏହାପରେ ମନ୍ତ୍ରୀ ସାରକା ଆଲୋଚନା କରି ଗ୍ରାମବାସୀଙ୍କୁ ବୁଝାଶୁଝା ପରେ ଘଟଣା ଶାନ୍ତ ପଡ଼ି ଏବଂ ଶିଶୁଟିକୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଶିଶୁଟିର ଗୋଡ଼ ଭାଙ୍ଗିଥିବା ଜଣାପଡ଼ିଛି। ଗୋଡ଼ ବ୍ୟାଣ୍ଡେଜ କରାଯାଇଛି। ବର୍ତ୍ତମାନ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri