ରାଗି ଫାୟାର୍‌ ହେଲେ ମନ୍ତ୍ରୀ, କାହିଁକି ଚିହିଁକି ଉଠି କହିଲେ କଣ ତାମସା ଚାଲିଛି, ଏଠିପାଲା ଚଲେଇଛ…

ଭୁବନେଶ୍ୱର,୫।୨: ଅଭିଯୋଗ ପ୍ରକୋଷ୍ଠରେ ରାଗି ଫାୟାର୍‌ ହେଲେ ମନ୍ତ୍ରୀ। ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ୍‌ କରିବି । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ସମୟରେ।
ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ପରିସରରେ ଜନ ଅଭିଯୋଗ ଶୁଣାଣି ଚାଲଥିବା ବେଳେ ଏହି ଘଟଣା ଘଟିଥିଲା। ଉକ୍ତ ବ୍ଲକ ଝିଙ୍କିରିଆ ପଞ୍ଚାୟତର ରେବତୀ ରାଉତ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ଭାବେ ଗୃହ ପାଇଥିଲେ। ମାତ୍ର ତାଙ୍କୁ କିସ୍ତି ଟଙ୍କା ଏଯାଏ ମିଳି ନାହିଁ । ଏ ନେଇ ସେ ମଧ୍ୟ ମନ୍ତ୍ରୀଙ୍କୁ ଭେଟି ଅଭିଯୋଗ କରିଥିଲେ। ମନ୍ତ୍ରୀ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ । ମାତ୍ର କିଛିଦିନ ବିତିଯିବା ପରେ ମଧ୍ୟ ତାଙ୍କୁ ଟଙ୍କା ମିଳି ନ ଥିଲା। ଏହି ଟଙ୍କା ଯନ୍ତ୍ରୀ ପାସ୍‌ କରାଇ ଦେଉ ନ ଥିବା ଜାଣି ପୁଣି ସେ ମନ୍ତ୍ରୀଙ୍କ ପାଖକୁ ଆସିଥିଲେ।

ଏକଥା ଜାଣିବା ପରେ ଚିହିଁକି ଉଠିଥିଲେ ମନ୍ତ୍ରୀ। ଏନେଇ କାର୍ଯ୍ୟାନୁଷ୍ଠାନ ନେବାକୁ କହିଥିଲେ। ତୁରନ୍ତ ସେ ଯନ୍ତ୍ରୀଙ୍କୁ ଡାକ ମୁଁ ସସ୍ପେଣ୍ଡ କରିବି କହିଥିଲେ।ମନ୍ତ୍ରୀ କହିଥଲେ, ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ କରିବି। ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରୁଛି। ମନ୍ତ୍ରୀ ଏହା ମଧ୍ୟ କହିଥିଲେ ଲୋକେ ଏଠାକୁ ଅଭିଯୋଗ ନେଇ ଆସୁଛନ୍ତି ସମାଧାନ ପାଇଁ। ଏଠି କଣ ତାମସା ଚାଲିଛି? ଜଣେ ଦ୍ୱିତୀୟ ଥର କାହିଁକି ମୋ ପାଖକୁ ଆସିବ। ପାଲା ଚଲେଇଛ। ଇନ୍‌କ୍ୱାରି କାହିଁକି ୭ ଦିନ ମଧ୍ୟରେ ହେଲା ନାହିଁ। ସବୁ ଡିପାଟମେଣ୍ଟକୁ ନେଇ ମୁଁ କ’ଣ ତାମସା କରିବାକୁ ବସିଛି। ରେବତୀଙ୍କ ଭଳି ଅନେକ ମଧ୍ୟ ସେମାନଙ୍କ ଅଭିଯୋଗ ନେଇ ଆସିଥିଲେ। ବୃଦ୍ଧାଜାଣେ ମଧ୍ୟ କାନ୍ଦିକାନ୍ଦି ମନ୍ତ୍ରୀଙ୍କୁ ତାଙ୍କ ଗୁହାରି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri