ଏକ ପେଡ ମା’କେ ନାମ୍‌ ୨.୦ ଶୁଭାରମ୍ଭ କଲେ ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ…

ଗୋପାଳପୁର,୧୭।୯(ନବୀନ ରାଜ ଆଚାରୀ): ବୁଧବାର ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ମନ୍ତ୍ରୀଡି ପଞ୍ଚାୟତ ପାଲୁର ହିଲ ନିକଟରେ ଏକ ପେଡ ମା’କେ ନାମ୍‌ ୨.୦ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି ଇସ୍ପାତ ଓ ସଡ଼କ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଶୁଭାରମ୍ଭ ଆରମ୍ଭ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମ ମନ୍ତ୍ରୀ ଜେନା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରାଯିବ। ଏହି ଅବସରରେ ପାଲୁର ନିକଟରେ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମା’ ନାଁ ରେ ଗଛ ଲଗେଇ ବାକୁ କହିବା ସହ ମନ୍ତ୍ରୀ ଜେନା ନିଜେ ମଧ୍ୟ ଗଛ ଲଗାଇ ଥିଲେ ଓ ଗଛର ଯତ୍ନ ନେବା ପାଇଁ କହିଥିଲେ। ୧୭୫୦ ବୃକ୍ଷ ରୋପଣ କରାଯାଇଥିଲା । ଏହା ପରେ ବିଶ୍ୱନାଥପୁର, ଚିକରଡା, ବଡ଼ କୁସ୍ଥଳୀ ଗ୍ରାମରେ ମଧ୍ୟ୍ୟ ବୃକ୍ଷରୋପଣ କରିଥିଲେ। ଏହି ବ୍ଲକର ଅନ୍ୟ ପଞ୍ଚାୟତମାନଙ୍କରେ ୨୫ ହଜାର ବୃକ୍ଷ ରୋପଣ କରାଯିବା ସହ ତାହାର ରକ୍ଷଣବେକ୍ଷଣ ଦାୟିତ୍ୱ ନିଆଯିବ ବୋଲି ରଙ୍ଗେଈଲୁଣ୍ଡା ବିଡ଼ିଓ ବିଶ୍ୱଜିତ ରାୟ ସୂଚନା ଦେଇଛନ୍ତି l ଏହି ଅବସରରେ ବ୍ରହ୍ମପୁର ରେଞ୍ଜ ଏସିଏଫ ମାଣିକେଶ୍ବରୀ ହାଂସଦା, ଏଇଇ ରାମ ଚଦ୍ର ନାୟକ, ସୁନୀଲ ପାତ୍ର, ରାଜେଶ ସାହୁ, ବ୍ରଜମୋହନ ନାହକ, ଗଙ୍ଗାଧର ଶତପଥି, ଭୈରବ ରଣା ଓ ଶତାଧିକ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri