ଏକ ପେଡ ମା’କେ ନାମ୍‌ ୨.୦ ଶୁଭାରମ୍ଭ କଲେ ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ…

ଗୋପାଳପୁର,୧୭।୯(ନବୀନ ରାଜ ଆଚାରୀ): ବୁଧବାର ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ମନ୍ତ୍ରୀଡି ପଞ୍ଚାୟତ ପାଲୁର ହିଲ ନିକଟରେ ଏକ ପେଡ ମା’କେ ନାମ୍‌ ୨.୦ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି ଇସ୍ପାତ ଓ ସଡ଼କ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଶୁଭାରମ୍ଭ ଆରମ୍ଭ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମ ମନ୍ତ୍ରୀ ଜେନା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରାଯିବ। ଏହି ଅବସରରେ ପାଲୁର ନିକଟରେ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମା’ ନାଁ ରେ ଗଛ ଲଗେଇ ବାକୁ କହିବା ସହ ମନ୍ତ୍ରୀ ଜେନା ନିଜେ ମଧ୍ୟ ଗଛ ଲଗାଇ ଥିଲେ ଓ ଗଛର ଯତ୍ନ ନେବା ପାଇଁ କହିଥିଲେ। ୧୭୫୦ ବୃକ୍ଷ ରୋପଣ କରାଯାଇଥିଲା । ଏହା ପରେ ବିଶ୍ୱନାଥପୁର, ଚିକରଡା, ବଡ଼ କୁସ୍ଥଳୀ ଗ୍ରାମରେ ମଧ୍ୟ୍ୟ ବୃକ୍ଷରୋପଣ କରିଥିଲେ। ଏହି ବ୍ଲକର ଅନ୍ୟ ପଞ୍ଚାୟତମାନଙ୍କରେ ୨୫ ହଜାର ବୃକ୍ଷ ରୋପଣ କରାଯିବା ସହ ତାହାର ରକ୍ଷଣବେକ୍ଷଣ ଦାୟିତ୍ୱ ନିଆଯିବ ବୋଲି ରଙ୍ଗେଈଲୁଣ୍ଡା ବିଡ଼ିଓ ବିଶ୍ୱଜିତ ରାୟ ସୂଚନା ଦେଇଛନ୍ତି l ଏହି ଅବସରରେ ବ୍ରହ୍ମପୁର ରେଞ୍ଜ ଏସିଏଫ ମାଣିକେଶ୍ବରୀ ହାଂସଦା, ଏଇଇ ରାମ ଚଦ୍ର ନାୟକ, ସୁନୀଲ ପାତ୍ର, ରାଜେଶ ସାହୁ, ବ୍ରଜମୋହନ ନାହକ, ଗଙ୍ଗାଧର ଶତପଥି, ଭୈରବ ରଣା ଓ ଶତାଧିକ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri