ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’ର ଶୁଭାରମ୍ଭ କଲେ ମନ୍ତ୍ରୀ

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ ମଙ୍ଗଳବାର ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି। ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ସ୍ଥାନ ପାଇଛି। ମଧ୍ୟପ୍ରଦେଶରୁ କେନ୍ଦ୍ର କୃଷି ଓ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଏହାର ଉଦ୍‌ଘାଟନ କରିଥିଲେ। ଖୋର୍ଦ୍ଧା ଜୟୀ ରାଜଗୁରୁ ଭବନଠାରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ଏହାର ଉଦ୍‌ଘାଟନ କରିଥିଲେ।

ମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଲେ, ଅତ୍ୟାଧୁନିକ ଜ୍ଞାନ କୌଶଳ ଯଥା ସାଟେଲାଇଟ୍‌ ମାଧ୍ୟମରେ ଛବି ଉତ୍ତୋଳନ, ଡ୍ରୋନ ସର୍ଭେ, ଭୂସ୍ଥାନିକ ସର୍ବେକ୍ଷଣ(ଜିଆଇଏସ୍‌) ଆଧାରରେ ସହରାଞ୍ଚଳର ଭୂମି ରେକର୍ଡକୁ ଆଧୁନିକୀକରଣ କରିବା ନିମନ୍ତେ ଏହା ଭାରତ ସରକାରଙ୍କର ଏକ ଅଭିନବ ପ୍ରୟାସ। ଏହାଦ୍ବାରା ସହରାଞ୍ଚଳର ଭୂମି ସମ୍ବନ୍ଧିତ ରେକର୍ଡକୁ ଠିକ ଭାବେ ଡିଜିଟାଲ ପୋର୍ଟାଲରେ ଉପଲବ୍ଧ କରାଯାଇପାରିବ ଏବଂ ନିୟମିତ ଭାବେ ଅପ୍‌ଡେଟ ମଧ୍ୟ କରାଯାଇପାରିବ ।

ଏହି ସର୍ବେକ୍ଷଣ ଜମିଜମା ସମ୍ବନ୍ଧିତ ବିବାଦକୁ ସହଜରେ ଦୂର କରିବା ସହ ସହରାଞ୍ଚଳ ଜମିର ଠିକ ମୂଲ୍ୟ ଆକଳନ ତଥା ଠିକ ଭାବେ ଭୂମି କର ଆଦାୟ କରିବାରେ ସହାୟକ ହେବ । ଏହି ସର୍ଭେ ଦ୍ବାରା ସହରାଞ୍ଚଳର ସ୍ବଳ୍ପ ଜମିର ସନ୍ତୁଳିତ ଉପଯୋଗ, ନିୟମାବଳୀକୁ ଠିକ ଭାବେ ଲାଗୁ କରିବା, ସ୍ଥାବର ସମ୍ପତ୍ତି ସମ୍ବନ୍ଧିତ ସେବା ପ୍ରଦାନ କରିବା, ପରିବହନ ତଥା ଅନ୍ୟାନ୍ୟ ଆପଦକାଳୀନ ସେବାକୁ ସୁଦୃଢ଼ କରିବା ସହ ସହରାଞ୍ଚଳର ନିରନ୍ତର ବିକାଶକୁ ସୁନିଶ୍ଚିତ କରାଯାଇପାରିବ ।

ଡ୍ରୋନ ସର୍ଭେ ସହ ଭୂମିର ସର୍ଭେ ସମୟରେ ଜମି ମାଲିକଙ୍କ ଉପସ୍ଥିତିରେ ନିର୍ଭୁଲ ଓ ଠିକ ମୂଲ୍ୟାୟନ ଉପରେ ମନ୍ତ୍ରୀ ପୂଜାରୀ ଗୁରୁତ୍ୱ ଦେବା ସହ ପୌର ପରିଷଦ, ରାଜସ୍ବ ବିଭାଗ ଏବଂ ସର୍ଭେ ଦାୟିତ୍ୱରେ ଥିବା ସଂସ୍ଥା ମଧ୍ୟରେ ଉତ୍ତମ ବୁଝାମଣା, ସମନ୍ବୟତା ଏବଂ ଜନସାଧାରଣଙ୍କ ସହଭାଗିତା ଜରୁରୀ ବୋଲି କହିଥିଲେ। ସର୍ଭେ ଅତ୍ୟନ୍ତ ଦାୟିତ୍ୱ ସମ୍ପନ୍ନ ଭାବେ ନିର୍ବାହ କରିବା ସହ ନିଖୁଣ, ସ୍ବଚ୍ଛତା ଅବଲମ୍ବନ ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ବିକଶିତ ଖୋର୍ଦ୍ଧା ନିର୍ମାଣରେ ଏହା ବେଶ୍‌ ସହାୟକ ହେବ ବୋଲି ବିଧାୟକ ଜଗଦେବ କହିଥିଲେ।

ଜିଲାପାଳ ଚଞ୍ଚଳ ରାଣାଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ପୌରାଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ରାଜ୍ୟ ଜମି ରେକର୍ଡ ସର୍ଭେ ନିଦ୍ଦେର୍ଶକ ବିଜୟ କୁମାର ଖଣ୍ଡାୟତରାୟ, କେନ୍ଦ୍ର ସର୍ଭେ ଅଫ ଇଣ୍ଡିଆର ନିର୍ଦ୍ଦେଶକ ଆଶିଷ କୌଶଳ, ଅତିରିକ୍ତ ଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଖୋର୍ଦ୍ଧା ଭାରପ୍ରାପ୍ତ ତହସିଲଦାର ନିବେଦିତା ପରିଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଜନ ପ୍ରତିନିଧି, ବୁଦ୍ଧିଜୀବୀ, ଶିକ୍ଷାବିତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri