ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ଭାଜପା କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। କିପରି ସଙ୍ଗଠନ ସୁଦୃଢ଼ କରିବା ସହିତ ଦୀର୍ଘ ଦିନ ଆମେ ଓଡ଼ିଶାରେ ବିଜେପି ସରକାର ଗଠନ ହୋଇଛି। ସମସ୍ତେ କର୍ମୀ ଏକଜୁଟ ହୋଇ ରାଜ୍ୟକୁ ସୁଶାସନ ଚଳାଇବା ସହ ପଶ୍ଚିମ ଓଡ଼ିଶାରେ ଦାଦନ ଶ୍ରମିକ ହଟାଇବା ସେ ନେଇ କର୍ମୀଙ୍କ ସହ ଆଲୋଚନା କରିଥିଲେ।

ଦୀର୍ଘ ବର୍ଷପରେ ଡବଲ ଇଞ୍ଜିନ ସରକାର ପାଇଛୁ, ଠିକ ଭାବେ ମିଳିମିଶି କାମ କରିବା ବୋଲି କର୍ମୀ ମାନଙ୍କୁ ମନ୍ତ୍ରୀ କହିଥିଲେ। ବର୍ତ୍ତମାନ ରାଜ୍ୟରେ ସୁଭଦ୍ରା ଯୋଜନାରେ ୮୦ଲକ୍ଷ ହିତାଧିକାରୀଙ୍କୁ ଆର୍ଥିକ ସହାୟତା କରାଯାଇଛି। ସମସ୍ତ କର୍ମୀଙ୍କୁ ଠିକଭାବେ କାମ କରିବା ମନୋବୃତ୍ତି ରଖନ୍ତୁ ଏବଂ ‘ଭାଜି ସାଗକୁ ଖୁଟିଖାଅ’ ବୋଲି କର୍ମୀଙ୍କୁ ମନ୍ତ୍ର ଦେଇଥିଲେ।

ତେବେ ରାଜ୍ୟରେ ବିଜେଡିର ଏଗ୍ରିମେଣ୍ଟକୁ ବଦଳାଇବା ମୁସ୍କିଲ ବୋଲି ମନ୍ତ୍ରୀ କହିଥିଲେ। ବିଜେଡି ଶାସନର ଚାପ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ରହୁଛି ବୋଲି ମଧ୍ୟ ପ୍ରକାଶ କରିଥିଲେ। ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ କର୍ମୀ ମାନଙ୍କୁ କହିଥିଲେ। ଏହି ପରିପ୍ରେକ୍ଷୀରେ କେସିଙ୍ଗା ସହର ସ୍ଥିତ ବଗାଡ଼କୁ ଯାଇ ଯାଦବ ଭବନ ଉଦଘାଟନ କରିଥିଲେ। କେସିଙ୍ଗା ପଞ୍ଚାୟତ ସମିତିରେ ଜିଲାର ୧୩ଟି ବ୍ଲକ ବିଡ଼ିଓଙ୍କୁ ନେଇ ଏବଂ ବିଦ୍ୟୁତ ବିଭାଗ ସହିତ ସମୀକ୍ଷା ବୈଠକ କରିଥିଲେ। ପରିଶେଷରେ ଅନୁଷ୍ଠିତ ଲୋକ ମହୋତ୍ସବକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri