ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ ୧୦ ଟାରେ ଦାରିଙ୍ଗବାଡିରେ ପହଞ୍ଚି ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁଙ୍କ ବାସ ଭବନରେ ପହଞ୍ଚିଥିଲେ। ସେଠାରେ ଦଳୀୟ କର୍ମୀଙ୍କ ସମେତ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ। ଦାରିଙ୍ଗବାଡିର ବିକାଶ ପାଇଁ ବିଭିନ୍ନ ପ୍ରସଙ୍ଗରେ ବ୍ଲକ ଅଧ୍ୟକ୍ଷ ଏବଂ ବିଡ଼ିଓ ଙ୍କ ସହ ଆଲୋଚନା କରିଥିଲେ। ଦାରିଙ୍ଗବାଡିରେ ଏକ ଗୁରୁକୁଳ ଖୋଲାଯିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଥିଲେ। ଏଥିପାଇଁ ଜମି ଚି଼ହ୍ନଟ କରି ଯୋଗାଇଦେବାକୁ ମନ୍ତ୍ରୀ ସ୍ଥାନୀୟ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଦାରିଙ୍ଗବାଡିରେ ଷ୍ଟ୍ରିଟ ଲାଇଟ ଦୀର୍ଘ ଦିନ ହେଲା ଅଚଳ ଅବସ୍ଥାରେ ରହିଥିବା ଓ ଠିକା ସଂସ୍ଥା ତାକୁ ମରାମତି କରୁନଥିବା ସ୍ଥାନୀୟ ଲୋକ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିରେ ମନ୍ତ୍ରୀ ସମ୍ପୃକ୍ତି ଠିକା ସଂସ୍ଥାର ମୁଖ୍ୟଙ୍କୁ ଶୀଘ୍ର ଷ୍ଟ୍ରିଟ ଲାଇଟ ମରାମତି କରି ତାକୁ ସ୍ବାଭାବିକ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଦତିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ପାଳନ ହେବାକୁ ରହିଛି ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା ଓ ସେ ଗୋଟିଏ ଦିନ ପାଇଁ ଅତିଥି ଭାବେ ଆସିବାକୁ ପ୍ରତିଶ୍ରୁତି ଦେବା ସହ ଶୀତ ମହୋତ୍ସବ ପାଇଁ ପାଣ୍ଠି ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେବା ସହ ବିଡ଼ିଓଙ୍କୁ ଚିଠି ଲେଖିବାକୁ ପରାମର୍ଶ ଦେଇଥିଲେ। ସେହିପରି ଦାରିଙ୍ଗବାଡି ଭାଜପାର କର୍ମକର୍ତ୍ତାଙ୍କ ସହ ସାଙ୍ଗଠନିକ ଆଲୋଚନା କରିବା ସହ ଦଳକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ଦଳୀୟ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ପ୍ରଦାନ କରିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ଦାରିଙ୍ଗବାଡି ଭାଜପାର ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ ସାହୁ, ଅରୁଣ ପ୍ରଧାନ, ଏବେକାର ମଣ୍ଡଳ ସଭାପତି ମିଟୁ ସାହୁ, ବରିଷ୍ଠ କାର୍ଯ୍ୟକର୍ତ୍ତା ଅଜିତ ସାହୁ ଏବଂ ପୂର୍ବତନ ଜିଲା ସଭାପତି ଜଗନ୍ନାଥ ସାହୁଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri