Posted inଜାତୀୟ

‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି

ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ ତାଙ୍କ ଡେପୁଟି ବା ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଢେଇ ଅଢେଇ ବର୍ଷର ଫର୍ମୁଲା ସ୍ଥିର ହୋଇଛି। ହେଲେ ଏବେ ରାଜ୍ୟର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବା ପରେ କଂଗ୍ରେସ ମନ୍ତ୍ରୀ ଏମବି ପାଟିଲ ଦାବି କରିଛନ୍ତି କି ଦୁଇ ନେତାଙ୍କ ମଧ୍ୟରେ ଶାସନ କ୍ଷମତା ଶେୟାର କରିବାକୁ ନେଇ କୌଣସି ଫର୍ମୁଲା ସ୍ଥିର ହୋଇନାହିଁ।

ପାଟିଲ କହିଛନ୍ତି ଯେ ଯଦି ସେମାନଙ୍କ ମଧ୍ୟରେ ଶାସନ କ୍ଷମତା ବଣ୍ଟନ ସୂତ୍ର ଥାଏ, ତେବେ ହାଇକମାଣ୍ଡ ଏକ ଘୋଷଣା କରିଥାନ୍ତେ। ସିଦ୍ଦରାମାୟା ୫ବର୍ଷ ମୁଖ୍ୟମନ୍ତ୍ରୀ ରହିବେ। ବାସ୍ତବରେ, ଅତୀତରେ କର୍ନାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଉପରେ ନିଷ୍ପତ୍ତି ନେବାକୁ ଏକ ବୈଠକ ଚାଲିଥିଲା। ପ୍ରକାଶ ଯେ, ରାଜ୍ୟ କଂଗ୍ରେସ ମୁଖ୍ୟ ଡି.କେ ଶିବକୁମାର ବରିଷ୍ଠ ନେତା ସିଦ୍ଦାରାମାୟାଙ୍କ ସହ ଶାସନ କ୍ଷମତା ବଣ୍ଟନ ଚୁକ୍ତିରେ ରାଜି ହୋଇଥିଲେ।
କଂଗ୍ରେସର ଅନେକ ସୂତ୍ର ଦାବି କରିଛି ଯେ ସିଦ୍ଦାରାମାୟା ଏବଂ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପଦ ବାଣ୍ଟାଯିବ। ସୂତ୍ର ଏହା ମଧ୍ୟ ଦାବି କରିଛି ଯେ ଡି.କେ ଶିବକୁମାର ତାଙ୍କୁ କାର୍ଯ୍ୟକାଳ ପ୍ରଦାନ କରିବାକୁ ପୂର୍ବରୁ ଦାବି କରିଥିଲେ। ତେବେ ପରେ ଯେତେବେଳେ ଶିବକୁମାରଙ୍କୁ ଏହା ବିଷୟରେ ପଚରାଗଲା, ସେ କହିଥିଲେ ଯେ ବର୍ତ୍ତମାନ କେବଳ ଶାସନ, ଲୋକ ଏବଂ ଦେଶ ଉପରେ ଧ୍ୟାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri