ପ୍ରଚାରରେ ମନ୍ତ୍ରୀ, ଏମ୍‌ପି

ବରଗଡ଼ ଅଫିସ୍‌/ବରପାଲି,୧୭।୩(ଡି.ଏନ.ଏ): ବରଗଡ଼ ଜିଲାରେ ଆସନ୍ତା ୨୪ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ଗ୍ରହଣ ହେବ। ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ପ୍ରଚାର ଜମିବାରେ ଲାଗିଛି। ଜିଲାର ବରଗଡ଼ ମ୍ୟୁନିସିପାଲିଟି ସମେତ ବିଜେପୁର, ବରପାଲି ଏବଂ ପଦ୍ମପୁରରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ସବୁଦଳ ଏବେ ପୌର ପରିଷଦ ଦଖଲ ପାଇଁ ଲାଗି ପଡ଼ିଛନ୍ତି। ଏହି କ୍ରମରେ ଦଳୀୟ ନେତୃବୃନ୍ଦ ଏବେ ନିର୍ବାଚନୀ ପ୍ରଚାରରେ ମାତିଛନ୍ତି। ଗୁରୁବାର ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ବରପାଲି ଗସ୍ତରେ ଆସି ଦଳୀୟ ଅଧ୍ୟକ୍ଷ ପ୍ରାର୍ଥୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ଏବଂ ଅନ୍ୟ କାଉନସିଲର ପ୍ରାର୍ଥୀଙ୍କ ପ୍ରଚାର କରିଥିଲେ। ସେହିପରି ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ମଧ୍ୟ ବରପାଲି ଦଳର ଅଧ୍ୟକ୍ଷ ପ୍ରାର୍ଥୀ ଅଜିତ ଦାଶ ଏବଂ ଅନ୍ୟ କାଉନସିଲର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କହିଥିଲେ।

ସେହିପରି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଆରମ୍ଭରୁ ଦଳୀୟ ପୌରାଧ୍ୟକ୍ଷା ପ୍ରାର୍ଥିନୀ କଳ୍ପନା ମାଝି ଏବଂ ଅନ୍ୟ କାଉନସିଲର ପ୍ରାର୍ଥୀଙ୍କ ପ୍ରଚାରରେ ଲାଗି ପଡ଼ିଛନ୍ତି। ଏପରିକି ବିଧାୟକଙ୍କ ଗୋଟିଚାଳନାରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ବିଦ୍ରୋହୀ ପ୍ରାର୍ଥୀ ମଧ୍ୟ ବିଜେଡ଼ିରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାରରେ ଲାଗିଥିବା ପରିଲକ୍ଷିତ ହୋଇଛି। ବୁଧବାର ସ୍ବାଧୀନ ଅଧ୍ୟକ୍ଷା ପ୍ରାର୍ଥିନୀ ରାଜକୁମାରୀ ଦାସ ଭାଜପା ନେତା ବିଜୟ ଦାସ ଓ ସମର୍ଥକଙ୍କ ଗହଣରେ ବିଜେଡ଼ିରେ ଯୋଗଦାନ କରିଥିଲେ। ସେମାନେ ଗୁରୁବାର ବିଜେଡ଼ି ପ୍ରାର୍ଥୀଙ୍କ ପ୍ରଚାରରେ ବାହାରିଛନ୍ତି। ଅନ୍ୟପକ୍ଷେ ୨୦୧୩ ପୌର ନିର୍ବାଚନରେ କଂଗ୍ରେସର ନେତୃତ୍ୱ ନେଇଥିବା ପୂର୍ବତନ ବିଧାୟକ ସାଧୁ ନେପାକ ଗତ ୨୦୧୯ ସାଧାରଣ ନିର୍ବାଚନ ସମୟରୁ ବିଜେଡ଼ିରେ ସାମିଲ ହୋଇ ସାରିଛନ୍ତି। ସେ ମଧ୍ୟ ଏବେ ବିଜେଡ଼ି ପ୍ରାର୍ଥୀଙ୍କ ବିଜୟ ପାଇଁ ପ୍ରଚାର କରୁଛନ୍ତି। ବରଗଡ଼ ମ୍ୟୁନିସିପାଲିଟି ଅଧୀନ ୱାର୍ଡ଼ ନଂ-୧୧ରେ ନେପାକ ଗୁରୁବାର ବିଜେଡ଼ି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri