ପାଇଖାନା ଟାଙ୍କିରୁ ମିଳିଲା କାଗଜ ଟୁକୁଡ଼ା: ହ୍ୟାଣ୍ଡରାଇଟିଂ ଏକ୍ସପର୍ଟର ସାହାଯ୍ୟ ନେବ କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା ଅଫିସ,୨।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ଜୋର୍‌ଦାର କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚର କେତେକ ଅଧିକାରୀ ଗୋପାଳଙ୍କୁ ମାରାଥନ ଜେରା କରିଥିବା ସୂଚନା ମିଳଇଛି। ଜେରା ବେଳେ ଗୋପାଳ ଦେଉଥିବା ତଥ୍ୟର ସତ୍ୟତା ସହ ପ୍ରମାଣ ସଂଗ୍ରହ ନେଇ କ୍ରାଇମବ୍ରାଞ୍ଚ ଲାଗିପଡିଛି।

ଅନ୍ୟପକ୍ଷେ ଗୋପାଳଙ୍କ ବୟାନ ଅନୁସାରେ କ୍ରାଇମବ୍ରାଞ୍ଚ ଟିମ୍‌ ବୁଧବାର ବିଳମ୍ବିତ ରାତିରେ ଝାରସୁଗୁଡ଼ା ବିମାନବନ୍ଦର ଥାନାରେ ପହଞ୍ଚି ଥିଲା। ପରେ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ପାଇଖାନା ଟାଙ୍କିରେ ଗୋପାଳ ପକାଇଥିବା କାଗଜ ଦସ୍ତାବିଜକୁ ଉଦ୍ଧାର କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗୁରୁବାର ଅଧିକାରୀଙ୍କୁ ପାଇଖାନା ଟାଙ୍କିରେ କିଛି କାଗଜ ଟୁକୁଡ଼ା ମିଳିଛି। ଏକ ଲାଲ କାଗଜରେ ଉଭୟ ଇଂଲିଶ ଏବଂ ଓଡ଼ିଆରେ କିଛି ଲେଖାଥିବା ସୂଚନା ମିଳିଛି । ଯାହାକୁ କ୍ରାଇମବ୍ରାଞ୍ଚ ହ୍ୟାଣ୍ଡରାଇଟିଂ ଏକ୍ସପର୍ଟ ମାଧ୍ୟମରେ ଗୋପାଳଙ୍କ ହାତ ଲେଖା କି ନୁହେଁ, ତାହା ଜାଣିବାକୁ ଚେଷ୍ଟା କରିବ ବୋଲି ଜଣାପଡିଛି। ଏପରିକି କାଗଜରେ କ’ଣ ଲେଖାହୋଇଛି, ତାହା ସ୍ପଷ୍ଟ କରିବାକୁ କ୍ରାଇମବ୍ରାଞ୍ଚ ଟିମ୍‌ ଉଦ୍ୟମ ଆରମ୍ଭ କରଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri