ନବ ଦାସ ହତ୍ୟା ମାମଲା: ୧୦ମାସ ପରେ ପ୍ରଥମ ପ୍ରତ୍ୟକ୍ଷଦର୍ଶୀଙ୍କ ସାକ୍ଷ୍ୟ ଗ୍ରହଣ

ବ୍ରଜରାଜନଗର,୧୪ା୧୨(ବିଜୟ ବରାଡ଼): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ ସାକ୍ଷୀ ବ୍ରଜରାଜନଗର ନିବାସୀ ଚନ୍ଦନ ସିଂ ନୋଟିସ ପାଇବା ପରେ ଗୁରୁବାର ଝାରସୁଗୁଡ଼ା ଅତିରିକ୍ତ ଜିଲା ଜଜ୍‌(ଏଡିଜେ) କୋର୍ଟରେ ନିଜ ପକ୍ଷ ରଖିଥିଲେ। ଏହି ସମୟରେ ଡିଫେନ୍ସ କାଉନସିଲ ଆଡ୍‌ଭୋକେଟ ନରେଶ ନାୟକ ଓ ସହଯୋଗୀ ଆଇନଜୀବୀ କେ.ସି. ପଟେଲଙ୍କ ବିଭିନ୍ନ ପ୍ରଶ୍ନର ସେ ଉତ୍ତର ଦେଇଥିଲେ।

ହତ୍ୟାକାଣ୍ଡର ପ୍ରାୟ ୧୦ମାସ ୧୫ଦିନ ପରେ ପ୍ରଥମ ପ୍ରତ୍ୟକ୍ଷଦର୍ଶୀଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ୨୯ ଜାନୁୟାରୀ ୨୦୨୩ରେ ବ୍ରଜରାଜନଗର ଗାନ୍ଧୀ ଛକଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ପହଞ୍ଚି ଥିଲେ। ଏହି ସମୟରେ ସେହି ଅଞ୍ଚଳର କାର୍ଯ୍ୟରତ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ତାଙ୍କୁ ଅତି ନିକଟରୁ ଗୁଳିକରି ହତ୍ୟା କରିଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀ ସାକ୍ଷ୍ୟ ଦେଇଥିବା ଡିଫେନ୍ସ କାଉନସିଲ ଆଇନଜୀବୀ ନରେଶ କହିଛନ୍ତି। ଅପରପକ୍ଷେ ନବ ଦାସ ହତ୍ୟାକାଣ୍ଡର ପକ୍ଷ ରଖୁଥିବା ସରକାରୀ ଆଇନଜୀବୀ ଦୋଷୀଙ୍କୁ ଆଇନ ଅନୁଯାୟୀ ଥିବା ଦଣ୍ଡାଦେଶ ପାଇଁ ଅନୁରୂପ କାର୍ଯ୍ୟ କରୁଥିବା କହିଛନ୍ତି। ଅଦାଲତଙ୍କ ପକ୍ଷରୁ ଆସନ୍ତା ଜାନୁୟାରୀ ୮ରେ ଦ୍ୱିତୀୟ ପ୍ରତ୍ୟକ୍ଷଦର୍ଶୀଙ୍କ ସାକ୍ଷ୍ୟ ଗ୍ରହଣ କରାଯିବାର ଦିନ ଧାର୍ଯ୍ୟ କରାଯାଇଥିବା ଆଇନଜୀବୀ ନରେଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri