ଉପନିର୍ବାଚନ ଜିତିବା ନେଇ କର୍ମୀଙ୍କୁ ପାଠ ପଢ଼ାଇଲେ ଶିକ୍ଷାମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନ ଆଉ ଦିନ କେଇଟା ଥିବାବେଳେ ଦଳୀୟ ପ୍ରାର୍ଥୀଙ୍କ ବିଜୟକୁ ନେଇ ଦଳୀୟ ନେତୃବୃନ୍ଦ ଜୋରଦାର ରଣନୀତି ଚଳାଇଛନ୍ତି। ଏନେଇ ପ୍ରମୁଖ ଦଳର ନେତା ମାରାଥନ କର୍ମୀ ସମ୍ମିଳନୀ କରିବା ସହିତ ଗାଁକୁ ଗାଁ ବୁଲି ପ୍ରଚାର ଚଳାଇଛନ୍ତି।
ଇତିମଧ୍ୟରେ ବିଜେଡିର ଷ୍ଟାର ପ୍ରଚାରକ ତଥା ଶିକ୍ଷାମନ୍ତ୍ରୀ ସମୀର ଦାସ ଲଖନପୁର ବ୍ଲକ ୩ ନମ୍ବର ଜୋନ ଦାୟିତ୍ୱରେ ଥିବାବେଳେ ୧୦ ପଞ୍ଚାୟତର ଜନପ୍ରତିନିଧି ଏବଂ ଦଳର କର୍ମୀଙ୍କୁ ନେଇ ବନ୍ଧବାହାଲରେ କର୍ମୀ ସମ୍ମିଳନୀ ମାଧ୍ୟମରେ ନିର୍ବାଚନୀ ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଦାସ ଉପସ୍ଥିତ କର୍ମୀଙ୍କୁ ନିର୍ବାଚନ ପରିଚାଳନା ସମ୍ପର୍କରେ ପାଠ ପଢ଼ାଇ ଗୁରୁମନ୍ତ୍ର ଦେଇଥିଲେ। ଏହା ସହିତ ଦଳୀୟ ପ୍ରାର୍ଥିନୀ ଅଳକାଙ୍କୁ ବିଜୟୀ କରିବାକୁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ସମ୍ମିଳନୀରେ ପୂର୍ବତନ ଏମ୍‌ପି ପ୍ରଭାସ ସିଂହ, ବିଧାୟକ ସରୋଜ ମେହେର, ପୂର୍ବତନ ବିଧାୟକ ଯୋଗେଶ ସିଂହ, ସୌଭାଗ୍ୟ ନାୟକ, ମହିଳା ମୋର୍ଚ୍ଚା ପର୍ଯ୍ୟବେକ୍ଷକ ସନ୍ଧ୍ୟାରାଣୀ ଲାକ୍ରା, ଜିଲା ପରିଷଦ ସଦସ୍ୟା ପୁଷ୍ପଲତା ସେଠ, ମହିଳା ମୋର୍ଚ୍ଚା ରାଜ୍ୟ ସମ୍ପାଦିକା ସୁଜାତା ଡିଗଲ ପ୍ରମୁଖ ନେତୃବୃନ୍ଦ ଯୋଗଦେଇଥିଲେ। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଟିକେଶ୍ବର ସେନାପତି ସମ୍ମିଳନୀକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri