ତଥାଗତଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ  ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସାୟୀଙ୍କୁ ଉଦ୍ୟୋଗ କ୍ଷେତ୍ରରେ ଉତ୍ସାହିତ କରିବାକୁ ଧରିତ୍ରୀ ଓ ଓଡ଼ିଶାପୋଷ୍ଟ ଏକ ପ୍ରୟାସ ଜାରି ରଖିଛି। ଯେଉଁମାନେ ଉଦ୍ୟୋଗ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇଛନ୍ତି, ସେମାନଙ୍କୁ ଧରିତ୍ରୀ ଓ ଓଡ଼ିଶାପୋଷ୍ଟ ସମାଜରେ ଲୋକଲୋଚନକୁ ଆଣିବା ସହିତ ସମ୍ମାନିତ କରୁଛି। ଏହାକୁ ମୁଖ୍ୟଅତିଥି ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ସ୍ବାଗତ ଜଣାଇବା ସହ ପ୍ରଶଂସା କରିଛନ୍ତି। ସମ୍ପାଦକ ତଥାଗତଙ୍କ ଏହି ପ୍ରୟାସକୁ ମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଶିଳ୍ପ ପ୍ରତିଷ୍ଠା ହେଲେ ଲୋକଙ୍କୁ ଚାକିରି ସହ ଅନ୍ୟାନ୍ୟ ସୁବିଧା ମିଳିବ ବୋଲି ସାଧାରଣତଃ ଧାରଣା ଥାଏ। ମାତ୍ର ଏହି କ୍ଷେତ୍ରକୁ ପହଞ୍ଚିବାକୁ ହେଲେ ଆବଶ୍ୟକ ଭିତ୍ତିଭୂମିର ଆବଶ୍ୟକତା ରହିଛି। ଏଥିପାଇଁ ଦୀର୍ଘମିଆଦୀ ଶିଳ୍ପାୟନ ଆବଶ୍ୟକ। ରାଜ୍ୟରେ ସବୁ ପ୍ରକାରର ଖଣିଜ ସମ୍ପଦ ଭରପୂର ରହିଛି। ସରକାର ଏଥିପାଇଁ ସମସ୍ତ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦେଉଛନ୍ତି। ମାତ୍ର ଆମେମାନେ ଏହାର ଲାଭ ଉଠାଇ ପାରୁନାହୁଁ। ତେଣୁ ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବାକୁ ହେଲେ ପ୍ରଥମେ ଆମ ମାନସିକତାକୁ ପରିବର୍ତ୍ତନ କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri